ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି, ଖାତାକୁ ଗଲା ମୋଟ ୮୬୯ କୋଟି ଟଙ୍କା

କେନ୍ୟୁଜ୍(ବ୍ୟୁରୋ): ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି । ମିଳିଲା ‘କାଳିଆ’ ଯୋଜନା ଟଙ୍କା । ପ୍ରତି ଚାଷୀଙ୍କୁ ମିଳିଲା ୨୦୦୦ ଟଙ୍କା । କାଳିଆ ଯୋଜନାରେ ୪୧ ଲକ୍ଷ କ୍ଷୁଦ୍ର ଚାଷୀ, ୮୫ ହଜାର ଭୂମିହୀନ ଚାଷୀଙ୍କ ଖାତାକୁ ଯାଇଛି ମୋଟ ୮୬୯ କୋଟି ଟଙ୍କା । ଏହି କାଳିଆ ସହାୟତା ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ଅଭିଭାଷଣରେ କହିଛନ୍ତି  ଜୟ ଜଗନ୍ନାଥ, ଜୟ ମା ସମଲେଶ୍ବରୀ ଆଏଜ୍‌ ନୂଆଖାଇ । ଇ ଅବସରଥି ଆପଣମାନକେ ସମସ୍ତକେ ମୋର ଜୁହାର।

ନୂଆଖାଇ ମାଟି ମା’ର ପର୍ବ। ଆମର ଚାଷୀ ଭାଇ ମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ। ତେଣୁ ଚାଷୀ ଆମର ଗର୍ବ ଓ ଗୌରବ।ଏହି ପବିତ୍ର ଦିନରେ ମୋର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଁ ବହୁତ ଖୁସି। ଆଜି ରାଜ୍ୟର ୪୧ ଲକ୍ଷ ଛୋଟ ଚାଷୀ ଓ ୮୫ ହଜାର ଭୂମିହୀନ ଚାଷୀଙ୍କୁ 869 କୋଟି ଟଙ୍କାର ସହାୟତା ଦିଆଗଲା । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧା ୨୦୦୦ ଟଙ୍କା ଗଲା ।

କାଳିଆ ଯୋଜନା ଦେଶର ସବୁଠାରୁ ଭଲ ଯୋଜନା। ଛୋଟ ଚାଷୀ ମାନଙ୍କ ପାଇଁ ଏହା ଆଶା ଓ ଭରସା ସୃଷ୍ଟି କରିପାରିଛି । ଭୂମିହୀନ ଚାଷୀ ମାନଙ୍କ ଜୀବିକାର ସୁରକ୍ଷା ପାଇଁ ମଧ୍ୟ ଏହା ବହୁତ ସାହାଯ୍ୟ କରୁଛି । ଗତ ମେ ମାସରେ ଅକ୍ଷୟ ତୃତୀୟା ଅବସରରେ ମଧ୍ୟ ଆମ ଚାଷୀ ଭାଇ ମାନଙ୍କୁ ୮୦୦ କୋଟି ଟଙ୍କାରୁ ଅଧିକ ସହାୟତା ଦିଆଯାଇଥିଲା । ମୁଁ ଆଶା କରୁଛି, ଏହି ସହାୟତା ଆପଣଙ୍କ ଚାଷ କାମକୁ ଆଗେଇ ନେବାରେ ବହୁତ ସାହାଯ୍ୟ କରିବ।
ଚଳିତ ବନ୍ୟା ଯୋଗୁ ଆପଣମାନେ ସମସ୍ତେ ଚିନ୍ତାରେ ଅଛନ୍ତି। ମୁଁ କହିବାକୁ ଚାହେଁ, ମୁଁ ସବୁ ସମୟରେ ଆପଣମାନଙ୍କ ସାଥିରେ ଅଛି। ଶୀଘ୍ର damage assessment କରି ରିପୋର୍ଟ ଦେବାକୁ ମୁଁ ନିର୍ଦ୍ଦେଶ ଦେଇଛି । ଆପଣମାନଙ୍କୁ ଖୁବ ଶୀଘ୍ର ଫସଲ କ୍ଷତି ପାଇଁ ସହାୟତା ଯୋଗାଇ ଦିଆଯିବ।

ଓଡିଶାର ଗୌରବକୁ ଆମର ଚାଷୀଭାଇ ମାନେ ଉଜ୍ଜଳ କରିଛନ୍ତି। ଖାଦ୍ୟ ସୁରକ୍ଷାରେ ରାଜ୍ୟ ପାଇଁ ସୁନାମ ଆଣିଛନ୍ତି। ତେଣୁ ରାଜ୍ୟର ସବୁ ଲୋକ ଚାଷୀଭାଇଙ୍କ ନିକଟରେ ଋଣୀ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.