Below header

ସଚିବାଳୟରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ, ଫନି ପରବର୍ତ୍ତୀ ପରିସ୍ଥିତିକୁ ଗୁରୁତ୍ୱ

ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟ ସଚିବାଳୟରେ ବସିଛି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ। ଏଥିରେ ଅଧ୍ୟକ୍ଷତା କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା ନେଇ ବୈଠକରେ ବିସ୍ତୃତ ଭାବରେ ଆଲୋଚନା କରାଯାଉଛି। ବିଶେଷ କରି ବାତ୍ୟା ଫନି ଜନିତ କ୍ଷୟକ୍ଷତି ଓ ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ, ରିଲିଫ ଓ ଥଇଥାନ ନେଇ ଆଲୋଚନା ଚାଲିଥିବା ସୂଚନା ମିଳିଛି। ବୈଠକରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି, ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କ ସମେତ ବିଭାଗୀୟ ସଚିବ ଉପସ୍ଥିତ ଅଛନ୍ତି। ଏମାନଙ୍କ ସହ ପ୍ରାକୃତିକ ବିପର‌୍ୟ୍ୟୟ କମିଟି ସଦସ୍ୟ ଥିବା ବିଧାୟକ ପ୍ରଫୁଲ୍ଲ ସାମଲ ଓ ନରସିଂହ ମିଶ୍ର ବି ବୈଠକରେ ଉପସ୍ଥିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.