ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ଘନୀଭୂତ ହେଉଛି ଲଘୁଚାପ

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ବଙ୍ଗୋପସାଗରରେ ଏବେ ଘନୀଭୂତ ହେଉଛି ଲଘୁଚାପ। ଏହା ଉତ୍ତର ପୂର୍ବ ଦିଗରେ ଗତି କରି ଆସନ୍ତାକାଲି ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ଅଧିକ ଘନୀଭୂତର ସମ୍ଭାବନା ରହିଛି । ୨୫ ତାରିଖ ସଂଧ୍ୟା ସୁଦ୍ଧା ଉତ୍ତର-ପୂର୍ବ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ବଙ୍ଗୋପସାଗରରେ ଏବେ ଘନୀଭୂତ ହେଉଛି ଲଘୁଚାପ। ଏହା ଉତ୍ତର ପୂର୍ବ ଦିଗରେ ଗତି କରି ଆସନ୍ତାକାଲି ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ଅଧିକ ଘନୀଭୂତର ସମ୍ଭାବନା ରହିଛି । ୨୫ ତାରିଖ ସଂଧ୍ୟା ସୁଦ୍ଧା ଉତ୍ତର-ପୂର୍ବ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି ।

୨୫ ଓ ୨୬ ତାରିଖରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବାଲେଶ୍ଵର ଓ ଭଦ୍ରକରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେପଟେ ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୁଳୁଗୁଳି ସହ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨ ଦିନ ଭିତରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧିର ସମ୍ଭାବନା ରହିଛି । ଏହାପରେ ତାପମାତ୍ରାରେ ବଡ଼ ଧରଣର ସମ୍ଭାବନା ନାହିଁ ।

Leave A Reply

Your email address will not be published.