ଆସନ୍ତା ୨୪ ଘଣ୍ଟାରେ ଭୀଷଣ ବାତ୍ୟାର ରୂପ ନେବ ‘ନିଭାର୍’, ୧୦୦ ରୁ ୧୧୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର (କେନ୍ୟୁଜ) : ବାତ୍ୟାର ରୂପ ନେବ ‘ନିଭାର୍’ । ଆସନ୍ତା ୨୫ ତାରିଖ ଅପରାହ୍ଣ ସୁଦ୍ଧା ତାମିଲନାଡ଼ୁ ଓ ପୁଡୁଚେରି ଉପକୂଳ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିମି ମଧ୍ୟରେ ରହିବ ବୋଲି ଆକଳନ କରାଯାଇଛି। ସେହିପରି ସ୍ଥଳବିଶେଷରେ ୧୨୦ କିମି ବେଗରେ ପବନର ଝଟ୍କା ଅନୁଭୂତ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବ ‘ନିଭାର୍’। ବାତ୍ୟା ପ୍ରଭାବରେ ୨୫ ତାରିଖ ଦିନ ମାଲକାନଗିରି, ରାୟଗଡ଼ା, ଗଜପତି, କୋରାପୁଟ, ଗଞ୍ଜାମ ଓ କନ୍ଧମାଳ ଆଦି ଜିଲ୍ଲାରେ କେତେକ ଅଞ୍ଚଳ ସହ ରାଜ୍ୟର ବାକି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୬ ତାରିଖକୁ ବର୍ଷା ପରିମାଣ ବଢ଼ିପାରେ । ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଆଦି ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ହେବ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.