ବ୍ରହ୍ମପୁର (କେନ୍ୟୁଜ୍): ଆଜି ବ୍ରହ୍ମପୁର ପୋଲିସ ଜିଲ୍ଲା ପକ୍ଷରୁ ଷ୍ଟୁଡେଣ୍ଟ ପୋଲିସ କ୍ୟାଡେଟ୍ ସ୍କିମର ଶୁଭାରମ୍ଭ ହୋଇଛି । ସହରର ଆମ୍ୱପୁଆ ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ଆୟୋଜିତ ଉତ୍ସବରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ବିଦ୍ୟାଳୟର ୪୪ ଜଣ ଛାତ୍ର ଛାତ୍ରୀଙ୍କୁ ଏଥିରେ ସାମିଲ କରାଯାଇଛି । ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ସ୍କିମ୍ ଛାତ୍ର ଛାତ୍ରୀଙ୍କ ମନୋବଳ ବୃଦ୍ଧି କରିବା ସହ ଭବିଷ୍ୟତରେ ଶୃଙ୍ଖଳିତ ହେବାକୁ ପ୍ରେରଣା ଦେବ । ଏହା ସହିତ ସେମାନେ ବିଭିନ୍ନ ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରି ପାରିବେ । ଏଥିପାଇଁ ଉଭୟ ପୋଲିସ ବିଭାଗ, ବିଦ୍ୟାଳୟ କର୍ତ୍ତୃପକ୍ଷ ଓ ଏଥିରେ ସାମିଲ ହୋଇଥିବା ଛାତ୍ର ଛାତ୍ରୀ ବେଶ ଉତ୍ସାହିତ ।
ଆଇନ୍ ପ୍ରତି ସମ୍ମାନ, ପୋଲିସ ବିଭାଗ ସମ୍ପର୍କରେ ଅଧିକାରୁ ଅଧିକା ଜାଣିବା, ପୋଲିସ ପ୍ରତି ଛାତ୍ର ଛାତ୍ରୀଙ୍କୁ ଆକୃଷ୍ଟ କରିବା, ସେମାନଙ୍କ କାର୍ଯ୍ୟାପନ୍ଥା ସମ୍ପର୍କରେ ଅବଗତ ହେବା, ସମାଜ ପ୍ରତି କର୍ତ୍ତବ୍ୟବୋଧ ଓ ଅସାମାଜିକ କାର୍ଯ୍ୟରୁ ଦୂରେଇ ରହିବା ଭଳି କିଛି ମହତ୍ ଉଦ୍ଦେଶ୍ୟ ନେଇ ଶୁଭାରମ୍ଭ ହୋଇଛି ଷ୍ଟୁଡେଣ୍ଟ ପୋଲିସ କ୍ୟାଡେଟ୍ ସ୍କିମ୍ । ଆଜିର କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର ଓ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଅତିଥି ଭାବେ ଯୋଗ ଦେଇଥିଲେ । ବିଦ୍ୟାଳୟର ୪୪ ଜଣ ଛାତ୍ର ଛାତ୍ରୀଙ୍କୁ ପୋଲିସ ଟୋପି ଦେଇ ସେମାନଙ୍କୁ ଯୋଜନାରେ ସାମିଲ କରାଯାଇଥିଲା ।
ପ୍ରଥମ ପର୍ଯ୍ୟାୟରେ ଏହି ବିଦ୍ୟାଳୟକୁ ଚିହ୍ନଟ କରାଯାଇଥିବା ବେଳେ ଅନ୍ୟ ବିଦ୍ୟାଳୟରେ ମଧ୍ୟ ଏହାକୁ କାର୍ଯ୍ୟକାରୀ କରାଯିବ ବୋଲି ସେ ସୂଚନା ଦେଇଛନ୍ତି । ସେପଟେ ଏହି ସ୍କିମକୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ସ୍ୱାଗତ କରିବା ସହ ଏଥିରେ ସାମିଲ ହୋଇଥିବା ଛାତ୍ର ଛାତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।
ଷ୍ଟୁଡେଣ୍ଟ ପୋଲିସ କ୍ୟାଡେଟ କାର୍ଯ୍ୟକ୍ରମର ଶୁଭାରମ୍ଭ ଉତ୍ସବରେ କେନ୍ଦ୍ରୀୟ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ବ୍ରହ୍ମପୁର ପୋଲିସ ଜିଲ୍ଲାର ବହୁ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ । ପରେ ଛାତ୍ରଛାତ୍ରୀଙ୍କୁ ବ୍ରହ୍ମପୁର ସହରରେ ଥିବା ବିଭିନ୍ନ ଥାନା ପରିଦର୍ଶନ କରାଯାଇଥିଲା । ଏହା ସହ ଗଞ୍ଜାମ ଜିଲ୍ଲା ପୋଲିସ ପକ୍ଷରୁ ମଧ୍ୟ ଛତ୍ରପୁରସ୍ଥିତ ଅନସ୍ଲୋ ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି ।
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…
ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍ ଏହା ଉପରେ ମୋହର ମାରିଛି । କଂଗ୍ରେସର…
ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍ ବିର୍ଲା । ବାଚ୍ନିକ ଭୋଟରେ ନିର୍ବାଚିତ ହେଲେ ଓମ୍ ବିର୍ଲା…
ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…