ବାଲେଶ୍ୱର(କେନ୍ୟୁଜ୍): ପୋଲିସ ରିଜର୍ଭ ପଡ଼ିଆରେ ବିଭିନ୍ନ କଲେଜର ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁସାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରବୃତ୍ତି ପ୍ରଦାନ କରାଯାଇଛି । ଏନେଇ ଆୟୋଜିତ ନୂଆ ଓଡ଼ିଶା କାର୍ଯ୍ୟକ୍ରମରେ ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗଦେଇ ପିଲାମାନଙ୍କ ସାମଗ୍ରିକ ବିକାଶ କେମିତି ହୋଇପାରିବ ସେନେଇ ପରାମର୍ଶ ଦେଇଥିଲେ। ବାଲେଶ୍ଵର ଜିଲ୍ଲାର ସମୁଦାୟ ୭୪ଟି କଲେଜର ୩୧ ହଜାରରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀଙ୍କୁ ବୃତ୍ତି ପ୍ରଦାନ କରାଯାଇଛି ।
ଯେଉଁଥିରେ ଛାତ୍ରମାନଙ୍କୁ ୯ ହଜାର ଏବଂ ଛାତ୍ରୀମାନଙ୍କୁ ଦଶ ହଜାର ଟଙ୍କା ଲେଖାଏଁ ବୃତ୍ତି ପ୍ରଦାନ କରାଯାଇଛି ଯାହାକି ଛାତ୍ରଛାତ୍ରୀଙ୍କ ପାଠ ପଢିବାରେ ସହାୟକ ହୋଇପାରିବ । ସାଧାରଣତଃ ଗରିବ ଶ୍ରେଣୀର ପିଲାମାନେ ପାଠ ପଢ଼ାରୁ ବଞ୍ଚିତ ହେଉଥିବା ବେଳେ ଏହି ବୃତ୍ତି ସହାୟତା ମିଳିବା ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା। ସେହିପରି ଛାତ୍ରଛାତ୍ରୀଙ୍କ ଅନ୍ତନିର୍ହିତ କଳା ବିକାଶ ଏବଂ ସେମାନଙ୍କ ପାଇଁ ନିଯୁକ୍ତିରେ ସୁବନ୍ଦୋବସ୍ତ କରାଇବା ଉଦ୍ଦେଶ୍ୟରେ ଆସନ୍ତା ମାର୍ଚ୍ଚ ପାଞ୍ଚ ତାରିଖ ପାଖରୁ ଆରମ୍ଭ ହେବାକୁ ଯାଉଛି ମ୍ୟାଜିକ କାର୍ଡ। ଯାହାର ଘୋଷଣା ଆଜି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତକି ପାଣ୍ଡିଆନ ଏହି କାର୍ଯ୍ୟକ୍ରମରେ ଘୋଷଣା କରିଥିଲେ। ଏହି ମ୍ୟାଜିକ କାର୍ଡ ଜରିଆରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ କଳାର ବିକାଶ ହୋଇ ପାରିବ। ଯେଉଁଥିରେ ସେମାନେ ପାଠ ପଢା ସାଙ୍ଗକୁ ନିଜ ଭିତରେ ଥିବା ପ୍ରତିଭା ପ୍ରତିପାଦନ କରି ପାରିବେ।
ଆମିର ଖାନଙ୍କ ଫିଲ୍ମ ‘ଦଙ୍ଗଲ’ରେ ଗୀତ ଫୋଗାଟଙ୍କ ପିଲାବେଳେର ଭୂମିକାରେ ନଜର ଆସିଥିବା ଜାୟରା ଓ୍ଵାସିମଙ୍କ ପିତାଙ୍କ ପରଲୋକ ।…
ଭୁବନେଶ୍ୱର (କେନ୍ୟୁଜ): ସିଏମଓରେ କାର୍ଯ୍ୟରତ ଅଫିସରଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ । ଓଡ଼ିଶାରେ ଯଦି ନକ୍ସଲବାଦ କମିଛି…
ଦୁନିଆର ସବୁଠାରୁ ଉଚ୍ଚ ବିଲିଡିଂ ତଥା ଦୁବାଇରେ ଥିବା ବୁର୍ଜ ଖଲିଫାରେ ଝଲସିଲା ଆଇପିଏଲ ୨୦୨୪ ଟ୍ରଫି । ବୁର୍ଜ…
Motorola Moto G85 ଖୁବ୍ ଶୀଘ୍ର ଭାରତରେ ଲଞ୍ଚ ହେବାକୁ ଯାଉଛି ଏବଂ ସ୍ମାର୍ଟଫୋନର ରେଣ୍ଡରଗୁଡିକ ସାମ୍ନାକୁ ଆସିଛି ।…
ଭୁବନେଶ୍ବର (କେନ୍ୟୁଜ): ଭୁବନେଶ୍ବରରୁ ସିଧାସଳଖ କୁଆଲାଲମ୍ପୁରକୁ ଉଡ଼ିଲା ବିମାନ। ଗତକାଲି ରାତିରୁ ବିମାନ ସେବା ଆରମ୍ଭ ହୋଇଛି । ଏୟାର…
ମହାକାଳପଡ଼ା (କେନ୍ୟୁଜ): ଗାତରେ ଫସିଗଲା ବଉଳା କୁମ୍ଭୀର । ନିର୍ମାଣାଧୀନ ସେତୁର ଗର୍ତ୍ତରେ ଫସି ଯାଇଛି କୁମ୍ଭୀର । କେନ୍ଦ୍ରାପଡା…