ବରଗଡ ଧନୁଯାତ୍ରା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି, ସମଲେଶ୍ଵରୀ ପୀଠରେ ପୂଜାର୍ଚ୍ଚନା ପରେ ଶୋଭାଯାତ୍ରା

ବରଗଡ: ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ସ୍ଥାପନ ହେଲା ଶୁଭ ଖୁଣ୍ଟି । ବରଗଡ଼ ସହରର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମାଆ ସମଲେଶ୍ଵରୀ ପୀଠରେ ପୂଜାର୍ଚ୍ଚନା ପରେ ଏକ ଶୋଭାଯାତ୍ରାରେ ବାହାରି ହାଟପଦା ସ୍ଥିତ ସଂଚାର ପଡିଆରେ ପହଞ୍ଚିଥିଲା ।  ହାଟପଦା ସଂଚାର ପଡିଆ ଠାରେ ରାଜପୁରୋହିତଙ୍କ ପୂଜାର୍ଚ୍ଚନା ପରେ ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି ।

ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ତଥା ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋୟଲ, ଏସପି ପ୍ରହଲ୍ଲାଦ ସାହାଇ ମୀନା, କଂସ ଭୂମିକାରେ ଅଭିନୟ କରିବା ପାଇଁ ମନୋନୀତ ହୋଇଥିବା କଳାକାର ଭୁବନେଶ୍ବର ପ୍ରଧାନଙ୍କ ସମେତ କମିଟି ସଦସ୍ୟ ଉପସ୍ଥିତ ଥିଲେ ।  ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ଶୋଭାଯାତ୍ରା ହାଟପଦା ସଂଚାର ପଡିଆକୁ ପହଞ୍ଚିଲା ।  ଜାନୁୟାରୀ ୩ ତାରିଖ ଠାରୁ ୧୩ ତାରିଖ ପର୍ଯ୍ୟନ୍ତ ୧୧ ଦିନ ଧରି ଚାଲିବ ବିଶ୍ବର ସର୍ବବୃହତ ଖୋଲା ରଙ୍ଗମଞ୍ଚ ଭାବେ ପରିଚିତ ବରଗଡ଼ ଧନୁଯାତ୍ରା ମହୋତ୍ସବ ।  ଧନୁଯାତ୍ରା ମହୋତ୍ସବକୁ ସରସ ସୁନ୍ଦର କରିବା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି ।