‘ସୁଭଦ୍ରା’ ଶୁଭାରମ୍ଭ କଲେ ମୋଦି, ବ୍ୟାଙ୍କ୍‌ ଆକାଉଣ୍ଟକୁ ଗଲା ପ୍ରଥମ କିସ୍ତି ଟଙ୍କା

ଭୁବନେଶ୍ୱର : ଜନତା ମୈଦାନରେ ‘ସୁଭଦ୍ରା’ ଶୁଭାରମ୍ଭ କଲେ ମୋଦି । ମହିଳାଙ୍କ ବ୍ୟାଙ୍କ୍‌ ଆକାଉଣ୍ଟକୁ ଗଲା ସୁଭଦ୍ରା ଯୋଜନାର ଟଙ୍କା ।  ଆଜି ନିଜ ଜନ୍ମଦିନରେ ଓଡ଼ିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିପାଇଁ ରାଜଧାନୀର ଜନତା ମୈଦାନରେ କରାଯାଇଥିଲା ଭବ୍ୟ ଆୟୋଜନ ।  ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟପାଳ ରଘୁବର ଦାସ, ୨ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି । ଏହି ଯୋଜନାରେ ମହିଳାଙ୍କ ଆକାଉଣ୍ଟକୁ ବର୍ଷକୁ ଦୁଇ ଥର ଦୁଇଟି କିସ୍ତିରେ ୫ ହଜାର ଲେଖାଏ ଯିବ । ୫ ବର୍ଷ ଯାଏ ମହିଳାମାନେ ଏହି ଆର୍ଥିକ ପ୍ରୋତ୍ସାହନ ରାଶି ପାଇପାରିବେ। ୨୦୨୧ ସୁଦ୍ଧା ଓଡ଼ିଶାକୁ ଭାରତର ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରିବାରେ ଏହି ଯୋଜନା ପ୍ରମୁଖ ଭୂମିକା ନିର୍ବାହ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ପ୍ରଧାନମନ୍ତ୍ରୀ ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚି ସିଧା ଗାଡ଼କଣ ଗାଁକୁ ଯାଇଥିଲେ ।  ସେଠାରେ ଗାଡକଣ ଗାଁରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ ଆଲୋଚନା କରିଥିଲେ ପ୍ରଧାନମନ୍ତ୍ରୀ ମୋଦି ।  ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିଥିଲେ ମୋଦି ।  ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି । ଏହାବାଦ୍ ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିସହ ୧ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ ମଧ୍ୟ ଲୋକର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like