Below header

ଚାନ୍ଦିପୁରରୁ ଦୂରଗାମୀ ସବ୍‌ସୋନିକ୍‌ କ୍ରୁଜ୍‌ ମିସାଇଲ ନିର୍ଭୟର ସଫଳ ପରୀକ୍ଷଣ, ବ୍ୟବହୃତ ହୋଇଛି ‘ମାଣିକ୍‌ ଟର୍ବୋଫ୍ୟାନ୍‌’ ଇଞ୍ଜିନ୍‌

ଚାନ୍ଦିପୁର(କେ.ନ୍ୟୁଜ): ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚପ୍ୟାଡରୁ ଦୂରଗାମୀ ସବ୍‌ସୋନିକ୍‌ କ୍ରୁଜ୍‌ ମିସାଇଲ ନିର୍ଭୟର ପରୀକ୍ଷଣ। ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ନିର୍ଭୟ କ୍ଷେପଣାସ୍ତ୍ରକୁ ଆଜି ସକାଳ ୯ଟା ୫୩ ମିନିଟ୍‌ରେ ଉତ୍‌କ୍ଷେପଣ କରାଯାଇଛି । ପରୀକ୍ଷା ସମୟରେ ସ୍ୱତନ୍ତ୍ର ଭାବେ ଲଗାଯାଇଥିବା ରାଡାର ମାଧ୍ୟମରେ ସଂଗୃହୀତ ତଥ୍ୟକୁ ପ୍ରତିରକ୍ଷା ବିଭାଗର ବୈଜ୍ଞାନିକମାନେ ସମୀକ୍ଷା କରୁଛନ୍ତି। ଏହି କ୍ଷେପଣାସ୍ତ୍ର ଉତ୍‌କ୍ଷେପଣ ପରେ ଏକ ଏୟାରକ୍ରାଫ୍ଟ ଭଳି ଉଡ଼ାଣ କରି ଶତ୍ରୁ ପକ୍ଷ ଶିବିରର ଫଟୋ, ଭିଡିଓ କଣ୍ଟ୍ରୋଲରୁମ୍‌ରୁ ପଠାଇ ପାରିବ।

ପୂର୍ବରୁ ନିର୍ଭୟ ମିସାଇଲରେ ଟର୍ବୋଫ୍ୟାନ୍‌ ଇଞ୍ଜିନ୍‌ ବ୍ୟବହାର କରାଯାଉଥିବାବେଳେ, ଚଳିତ ପରୀକ୍ଷାରେ ଏହି କ୍ଷେପଣାସ୍ତ୍ରରେ ‘ମାଣିକ୍‌ ଟର୍ବୋଫ୍ୟାନ୍‌’ ଇଞ୍ଜିନ୍‌ ବ୍ୟବହାର କରାଯାଇ ପରୀକ୍ଷା କରାଯାଇଛି। ଫଳରେ ଡିଆରଡିଓ ତରଫରୁ ଏହାକୁ Indigenous Technology Cruse Missile ବୋଲି କୁହାଯାଉଛି । ‘ମାଣିକ୍‌ ଟର୍ବୋଫ୍ୟାନ୍‌’ ଇଞ୍ଜିନ୍‌ ମାଧ୍ୟମରେ ମିସାଇଲ ଅଧିକ ବେଗ ପାଇବା ସହିତ କମ୍‌ ଶବ୍ଦ ମଧ୍ୟ ଶୁଣାଯିବ। ନିର୍ଭୟ ମିସାଇଲର ଓଜନ ୧୫୦୦ କିଲୋଗ୍ରାମ ହୋଇଥିବାବେଳେ ଏହାର ଲମ୍ବ ୬ମିଟର, ମୋଟେଇ ୦.୫୨ମିଟର ଓ ଏହାର ଡ଼େଣାର ଲମ୍ବ ୨.୭ ମିଟର ରହିଛି। ଏହି କ୍ଷେପଣାସ୍ତ୍ରରେ ୨ଶହରୁ ୩ଶହ କିଲୋଗ୍ରାମ ଯାଏ ଉଭୟ ପାରମ୍ପରିକ ଓ ଆଣବିକ ଯୁଦ୍ଧାସ୍ତ୍ର ବହନ କରିପାରିବ। ୧୫୦୦କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିପାରୁଥିବା ନିର୍ଭୟ ମିସାଇଲର ବେଗ ଶବ୍ଦର ବେଗ ଠାରୁ ୭ରୁ ୯ଗୁଣ ଅଧିକ। ଏହି କ୍ଷେପଣାସ୍ତ୍ରକୁ ପ୍ରଥମେ ୨୦୧୩ ମସିହା ମାର୍ଚ୍ଚମାସ ୧୨ରେ ଚାନ୍ଦିପୁରରୁ ପରୀକ୍ଷା କରାଯାଇଥିବାବେଳେ, ଆଜି ୯ମ ଥର ପାଇଁ ପରୀକ୍ଷା କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.