ରାଜ୍ୟ

ମାତ୍ର ୧୦ ଟଙ୍କା ପାଇଁ ସପ୍ତମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଘଟଣା: ବିସ୍ତୃତ ସତ୍ୟପାଠ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ(କେନ୍ୟୁଜ୍): ମାତ୍ର ୧୦ ଟଙ୍କା ପାଇଁ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା। ହାଇକୋର୍ଟ ଶୁଣାଣି କରି ବିସ୍ତୃତ ସତ୍ୟପାଠ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ରାଜ୍ୟ ସରକାର ସତ୍ୟପାଠ ମାଧ୍ୟମରେ ଜବାବ ଦାଖଲ କରି ଦର୍ଶାଇଥିଲେ ଯେ ମୃତ ଛାତ୍ରୀଙ୍କ ପରିବାରକୁ ୧ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦିଆଯାଇଛି ଏବଂ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କୁ ନିୟମିତ ଷ୍ଟାଇପେଣ୍ଡ ପ୍ରଦାନ ପାଇଁ ବ୍ୟବସ୍ଥା ଥିବା ନେଇ ଉଲ୍ଲେଖ କରିଥିଲେ।

ଏଥିରେ କିନ୍ତୁ ଅଦାଲତ ସନ୍ତୋଷବ୍ୟକ୍ତ କରିନଥିଲେ। ଅନୁସୂଚିତ ଜାତି ଓ ଜନଜାତି ବର୍ଗର କେତେ ଜଣ ଛାତ୍ରଛାତ୍ରୀ ୨୦୨୨ ମସିହାରେ ବୃତ୍ତି ପାଇଁ ଦରଖାସ୍ତ କରିଥିଲେ। କେତେ ଜଣଙ୍କୁ ବୃତ୍ତି ପ୍ରଦାନ କରାଯାଇଛି? ଏଥି ପାଇଁ କଣ ନିର୍ଦ୍ଦେଶାବଳୀ ରହିଛି? ଏ ନେଇ ବିସ୍ତୃତ ସତ୍ୟପାଠ ଦାଖଲ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ ଏମ ଏମ ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ମାନବାଧିକାର କର୍ମୀ ଆଇନଜୀବୀ ପ୍ରବୀର କୁମାର ଦାସଙ୍କ ଜନସ୍ବାର୍ଥ ଆବେଦନର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଥିବାବେଳେ ମାମଲାର ପରବର୍ତ୍ତୀ ଶୁଣାଣି ଫେବୃୟାରୀ ୨୩ ତାରିଖକୁ ଧାର୍ଯ୍ୟ କରାଯାଇଛି।

ଗଞ୍ଜାମ ଜିଲ୍ଲା ଆସ୍କା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସପ୍ତମ ଶ୍ରେଣୀରେ ପଢୁଥିବା ଛାତ୍ରୀ ଖାତା କିଣିବା ପାଇଁ ମାତ୍ର ୧୦ ଟଙ୍କା ପାଇ ପାରି ନଥିଲେ। ଏଥି ପାଇଁ ୧୨ ବର୍ଷୀୟା ଛାତ୍ରୀ ଜଣକ ନିଜ ଉପରେ କିରାସିନ ଢାଳି ୨୦୧୪ ଜୁନ ୨୫ରେ ଆତ୍ମହତ୍ୟା କରିଥିଲେ। ୨୦୧୩-୧୪ ବର୍ଷ ପାଇଁ ସ୍କୁଲର ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କୁ ଷ୍ଟାଇପେଣ୍ଡ ମିଳି ପାରିନଥିଲା। ଏଥି ପାଇଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିଲା। ଏହି ଘଟଣାକୁ ନେଇ ଶ୍ରୀ ଦାସ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁଥିଲେ।

Sonalisa

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

16 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

28 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

38 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

41 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago