ସ୍ୱର୍ଗତ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ସୁନନ୍ଦା ସମ୍ମାନ ଓ ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର ପ୍ରତିଷ୍ଠା କରାଯିବ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ): ସ୍ୱର୍ଗତ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ସୁନନ୍ଦା ସମ୍ମାନ ଓ ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର ପ୍ରତିଷ୍ଠା କରାଯିବ। ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କ ସ୍ମୃତିରେ ଓଡ଼ିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଶାସ୍ତ୍ରୀୟ ସଂଗୀତରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରତିବର୍ଷ ରାଜ୍ୟର ଜଣେ ବିଶିଷ୍ଟ ସଂଗୀତଜ୍ଞଙ୍କୁ ସୁନନ୍ଦା ସମ୍ମାନ ପ୍ରଦାନ କରାଯିବ। ଶାସ୍ତ୍ରୀୟ ସଂଗୀତରେ ଉଚ୍ଚତର ଗବେଷଣ ଓ ଶିକ୍ଷା ପାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର ପ୍ରତିଷ୍ଠା କରାଯିବ। ପୁରୀ ଓ କଟକରେ ଥିବା ତାଙ୍କ ବାସଭବନକୁ ତାଙ୍କ ପରିବାରଙ୍କ ଅନୁମତିରେ ସ୍ମୃତି ସଦନ ଭାବେ ବିକଶିତ କରାଯିବ।

sunanda pattanaik

ସ୍ୱର୍ଗତ ସୁନନ୍ଦା ପଟ୍ଟନାୟକଙ୍କ ଦ୍ୱାରା ବ୍ୟବହୃତ ବାଦ୍ୟଯନ୍ତ୍ର ଓ ଅନ୍ୟାନ୍ୟ ଜିନିଷକୁ ଉତ୍କଳ ସଂଗୀତ ମହାବିଦ୍ୟାଳୟ ପରିସରରେ ଏକ ସ୍ୱତନ୍ତ୍ର ଗ୍ୟାଲେରୀ ସଂରକ୍ଷିତ କରି ରଖିବା ପାଇଁ ବ୍ୟବସ୍ଥା କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରତିବର୍ଷ ସ୍ୱର୍ଗତ ସୁନନ୍ଦା ପଟ୍ଟନାୟକଙ୍କ ଜୟନ୍ତୀ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ପାଳନ କରାଯିବ। ସ୍ୱର୍ଗତ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ କାଲି ସଂଧ୍ୟାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଗୁରୁ କେଳୁ ଚରଣ ମହାପାତ୍ର ଓଡ଼ିଶା ଗବେଷଣା କେନ୍ଦ୍ରଠାରେ ଏକ ରାଜ୍ୟ ସ୍ତରୀୟ ଶୋକସଭା ଅନୁଷ୍ଠିତ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.