ସୁନ୍ଦରଗଡ଼ରେ କରୋନା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରୟାସ ଜାରି, ଲକ୍‌ଡାଉନ୍‌ ସମୟରେ କଳାବଜାରୀ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାରେ କରୋନା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ ଜିଲ୍ଲାପାଳ ନିଖିଳ ପବନ କଲ୍ୟାଣ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଲକ୍‌ଡାଉନ୍‌ ସମୟରେ କଳାବଜାରୀ ରୋକିବା ପାଇଁ ରାଉରକେଲା ସହରବାସୀଙ୍କ ଘରେ ରାସନ ସାମଗ୍ରୀ ନିଜ ଘରକୁ ମଗାଇ ପାରିବେ ବୋଲି ସୁନ୍ଦରଗଡ଼ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ରାଉରକେଲାବାସୀଙ୍କୁ ମେଡିସିନ୍‌ ସହ ପରିବା ଯୋଗାଇ ଦିଆଯିବାର ବ୍ୟବସ୍ଥା ହୋଇଛି। କଳାବଜାରୀ ଅଭିଯୋଗ ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୁନ୍ଦରଗଡ଼ ଜିଲ୍ଲାପାଳ ରାଉରକେଲାର ମହାନଗର ନିଗମ ସମ୍ମିଳନୀ କକ୍ଷରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.