ପୁରୀ : ଆଜି ଭାଦ୍ରବ ଶୁକ୍ଳ ଦ୍ଵାଦଶୀ । ସନ୍ଧ୍ୟାରେ ଶ୍ରୀନଅରରେ ପାଳିତ ହେବ ସୁନିଆ ଉତ୍ସବ । ମହାପ୍ରଭୁବଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ନୂଆ ସାଲ ଓ ଅଙ୍କର ପ୍ରବେଶ ହେବ । ସନାତନ ଧର୍ମରେ ଜାତକ ଓ ପାଞ୍ଜି ଅଙ୍କ ଗଣନାର ବିଶେଷ ମହତ୍ୱ ରହିଛି। ଚଳିତବର୍ଷ ମହାରାଜ ଗଜପତିଙ୍କ 1432 ସାଲ ପ୍ରବେଶ ହେବ । ସୁନିଆ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୁର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ।
କନକଦୁର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ, ନୃସିଂହ ଆଦି ଦେବା ଦେବୀଙ୍କୁ ପୂଜାର୍ଚ୍ଚନା କରିବେ ଗଜପତି ମହାରାଜ । ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ । ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆର ବିଶେଷ ପର୍ବ ପାଳିତ ହେବ। ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନୀତି ସମ୍ପାଦନ କରାଯିବ । ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବାର ବିଧି ମଧ୍ୟ ପ୍ରଚଳିତ ରହିଛି । ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବା ଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିବେ ।