Below header

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଅଭିଯାନ ମାମଲାରେ ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ପୁରୀ(କେନ୍ୟୁଜ୍): ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଅଭିଯାନ ମାମଲାରେ ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହେବ। ବିଚାରପତି ଅରୁଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ଏହି ଶୁଣାଣି କରିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କରାଯାଇଛି । ପୁରୀ ଜିଲ୍ଲାପାଳଙ୍କ ଠାରୁ ସଂଗୃହୀତ ନଥିପତ୍ର ଓ ସୂଚନା ଆଧାରରେ ରାଜ୍ୟ ସରକାର ଉଚ୍ଛେଦ ମାମଲା ନେଇ ଷ୍ଟାଟସ ରିପୋର୍ଟରେ ତଥ୍ୟ ଉପସ୍ଥାପନ କରିଛନ୍ତି । ଶ୍ରୀଜଗନ୍ନାଥ ମନ୍ଦିର ଆଖପାଖରେ ଥିବା ମଠ ମାନଙ୍କ ସମ୍ପର୍କରେ ମଧ୍ୟ ଷ୍ଟାଟସ ରିପୋର୍ଟ ଦାଖଲ କରାଯାଇଛି । ଏହି ରିପୋର୍ଟ ଉପରେ ଆଜି ଖଣ୍ଡପୀଠ ଶୁଣାଣି କରିବେ ବୋଲି ଧାର୍ଯ୍ୟ ହୋଇଛି । ଷ୍ଟାଟସ ରିପୋର୍ଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଉଲ୍ଲେଖ କରାଯାଇଛି ଯେ, ମଠର ମହନ୍ତ ଓ ପ୍ରଶାସକଙ୍କ ସହିତ ବିଚାର ବିମର୍ଶ କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି । ମଠ ମାନଙ୍କରେ ସୁରକ୍ଷା ସୁନିଶ୍ଚିତ କରାଯିବା, ପବିତ୍ରତାର ସଂରକ୍ଷଣ, ଧାର୍ମିକ ଭାବନା, ମଠର ସମାଧି, ମଠର ଅବଶେଷରେ ବାଧା ସୃଷ୍ଟି କରାଯିବ ନାହିଁ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ କରାଯାଇଥିବା ଷ୍ଟାଟସ ରିପୋର୍ଟରେ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.