କଂଗ୍ରେସର ସବୁ ପଦବୀରୁ ଇସ୍ତଫା ଦେଲେ ସୁର ରାଉତରାୟ

କଂଗ୍ରେସର ବିଭିନ୍ନ ପଦ ପଦବୀ ଛାଡ଼ିଲେ ବରିଷ୍ଠ ନେତା ସୁରେଶ ରାଉତରାୟ । ସାନ ପୁଅ ମନ୍ମଥ ରାଉତରାୟ ବିଜେଡିରେ ମିଶିବା ପରେ ସୁର ଏଭଳି ପଦକ୍ଷେପ ନେଇଛନ୍ତି । ପିଇସି ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): କଂଗ୍ରେସର ବିଭିନ୍ନ ପଦ ପଦବୀ ଛାଡ଼ିଲେ ବରିଷ୍ଠ ନେତା ସୁରେଶ ରାଉତରାୟ । ସାନ ପୁଅ ମନ୍ମଥ ରାଉତରାୟ ବିଜେଡିରେ ମିଶିବା ପରେ ସୁର ଏଭଳି ପଦକ୍ଷେପ ନେଇଛନ୍ତି । ପିଇସି ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି । ସେହିଭଳି ରାଜନୈତିକ ବ୍ୟାପାର ସଦସ୍ୟ ପଦରୁ ମଧ୍ୟ ସୁର ଇସ୍ତଫା ଦେଇଛନ୍ତି । ଏକ ଚିଠି ଲେଖି ସୁର କହିଛନ୍ତି, ସାନପୁଅ ମନ୍ମଥଙ୍କୁ ଯେତେ ବୁଝାଇଲେ ମଧ୍ୟ ସେ କଥା ନ ରଖି ବିଜେଡିରେ ସାମିଲ ହେଲେ । ଏହା ମୋ ସ୍ୱାଭିମାନ ଓ ଅନ୍ତରାତ୍ମାକୁ ଅଧିକ ଆଘାତ ଦେଇଛି । ଏଣୁ ବିବେକ ଦୃଷ୍ଟିରୁ ସମସ୍ତ କମିଟି ଇସ୍ତଫା ଦେଉଥିବା କହିଛନ୍ତି ସୁର । ସମସ୍ତ କମିଟିରୁ ଇସ୍ତଫା ଦେଲେ ମଧ୍ୟ ଦଳରେ ରହିବେ ବୋଲି ସ୍ପଷ୍ଟ କରିଛନ୍ତି ସୁର ।

ଆଜି ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ମନ୍ମଥ ରାଉତରାୟ । ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଜେଡି ସାଂସଦ ମାନସ ମଙ୍ଗରାଜ, ପୂର୍ବତନ ବିଧାୟକ ବିଭୂତି ବଳବନ୍ତରାୟ, ସାଂସଦ ସସ୍ମିତ ପାତ୍ର, ସୁଲତା ଦେଓ ପ୍ରମୁଖ ଉପସ୍ଥିତ ରହିଥିଲେ। ହଜାର ହଜାର ସଂଖ୍ୟାରେ ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ସାମିଲ ହୋଇଛନ୍ତି ମନ୍ମଥ ରାଉତରାୟ। ଶଙ୍ଖ ଭବନରେ ପହଞ୍ଚି ମନ୍ମଥ କହିଛନ୍ତି, ନବୀନନଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡି ସାମିଲ ହେବାକୁ ଯାଉଛି । ଏହା ମୋ ପାଇଁ ଗର୍ବର ମୁହୂର୍ତ୍ତ । ଓଡ଼ିଶାର ଏକ ନମ୍ବର ଦଳ ମୋତେ ଚୟନ କରିଛି । ମୋତେ ଯାହା ବି ଦାୟିତ୍ୱ ମିଳିବ ତାହାକୁ ତୁଲାଇବି । ନିର୍ବାଚନ ଲଢିବି କି ନାହିଁ ତାହା ଦଳ ନିଷ୍ପତ୍ତି ନେବେ । ମୁଁ ଶୃଙ୍ଖଳିତ କର୍ମୀ ଭଳି କାମ କରିବି । ଏପଟେ ମନ୍ମଥଙ୍କୁ ଜଟଣୀବାସୀଙ୍କୁ ସମର୍ଥନ ପାଇଁ ସୁର ନିବେଦନ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.