ଧାନମନଗର ଉପନିର୍ବାଚନ: ଦ୍ବିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ଆଗୁଆ

ଭଦ୍ରକ(କେନ୍ୟୁଜ୍):  ଧାନମନଗର ଉପନିର୍ବାଚନ ପାଇଁ ଚାଲିଛି ଭୋଟ୍ ଗଣତି। ମୋଟ ୧୮ ରାଉଣ୍ଡ ଗଣତି ହେବାକୁ ଥିବା ବେଳେ ଶେଷ ହୋଇଛି ଦ୍ୱିତୀୟ ରାଉଣ୍ଡ। ଆଉ ଏହି ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ଆଗୁଆ ରହିଛନ୍ତି।   ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ସୂରଜ ସୂର୍ଯ୍ୟବଂଶୀ ୮୭୩୭ ଖଣ୍ଡ ଭୋଟ୍ ପାଇଥିବା ବେଳେ ଅବନ୍ତୀ ଦାସ ୭୩୫୮ ଖଣ୍ଡ ଭୋଟ୍ ପାଇଛନ୍ତି। ଅନ୍ୟପକ୍ଷରେ ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ୫୯୭ ଖଣ୍ଡ ଭୋଟ୍ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ ୩୦୦ ଖଣ୍ଡ ଭୋଟ୍ ପାଇଛନ୍ତି। ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ମଧ୍ୟ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଥିଲେ। ଏହି ରାଉଣ୍ଡରେ ସେ ତାଙ୍କ ନିକଟତମ ପ୍ରାର୍ଥୀ ବିଜେଡିର ଅବନ୍ତୀ ଦାସଙ୍କ ଠାରୁ ୭୭୯ ଖଣ୍ଡ ଭୋଟ୍ରେ ଆଗୁଆ ରହିଥିଲେ।

ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଚାଲିଛି ଗଣତି।  କାଉଣ୍ଟିଂ ପରେ ୫ଟି ବୁଥର ଭିଭିପିଏଟିକୁ ମେଳ କରାଯିବ । ପୂରା ପ୍ରକ୍ରିୟା ନିରୀକ୍ଷଣ ପାଇଁ ନିର୍ବାଚନ କମିସନଙ୍କ ପକ୍ଷରୁ ଅବଜରଭର ନିଯୁକ୍ତ ହେବେ । ପ୍ରତି କାଉଣ୍ଟିଂ ଟେବୁଲରେ ଜଣେ କାଉଣ୍ଟିଂ ସୁପରଭାଇଜର, ଜଣେ ଆସିଷ୍ଟାଣ୍ଟ ସୁପରଭାଇଜର ଓ ଜଣେ ମାଇକ୍ରୋ ଅବ୍‌ଜରଭର ରହିବେ । ଭୋଟ ଗଣତି ପାଇଁ ସୁରକ୍ଷା କଡ଼ାକଡ଼ି । ୧୦ ପ୍ଲାଟୁନ ଷ୍ଟେଟ ଆର୍ମଡ ଫୋର୍ସ ଓ ରାଜ୍ୟ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ଗଣତି ପାଇଁ ଭଦ୍ରକ ଜିଲ୍ଲା ସଂସ୍କୃତି ଭବନ ପରିସରରେ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.