Categories: ରାଜ୍ୟ

ଅମିତ ଶାହଙ୍କ ସହ ଆଲୋଚନା କରିବେ ସୁରେଶ ପୂଜାରୀ

ଭୁବନେଶ୍ବର : ଦିଲ୍ଲୀରେ ଆସନ୍ତା ୫ ତାରିଖରେ ବସିବ ବିଜେପି ପଦାଧିକାରୀଙ୍କ ବୈଠକ। ଏଥିରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଦେଇଥିବା ଟାସ୍କର ସମୀକ୍ଷା କରାଯିବ। ଓଡ଼ିଶାରେ ବୁଥ ସ୍ତରରେ ଦଳକୁ ମଜଭୁତ କରିବା ପାଇଁ ରାଜ୍ୟ ବିଜେପିକୁ ଶାହ ଟାସ୍କ ଦେଇଥିଲେ। ଏଥିପାଇଁ ଦିଆଯାଇଥିବା ଅବଧି ପୂରଣ ହୋଇ ସାରିଛି। କିନ୍ତୁ ଟାସ୍କ ସଂପୂର୍ଣ୍ଣ ହୋଇନାହିଁ। ଏ ସଂପର୍କରେ ଦିଲ୍ଲୀ ଗସ୍ତରେ ଥିବା ବିଜେପି ରାଷ୍ଟ୍ରୀୟ ସଂପାଦକ ସୁରେଶ ପୂଜାରୀ ଦଳର କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଆଲୋଚନା କରିବେ। ଆଜି ସେ ଅମିତ ଶାହଙ୍କୁ ଭେଟିଛନ୍ତି। ପ୍ରତାପ ଷଡ଼ଙ୍ଗୀ ଏବଂ ବିଜୟ ମହାପାତ୍ରଙ୍କ ପରେ ସୁରେଶ ପୂଜାରୀଙ୍କ ଦିଲ୍ଲୀ ଗସ୍ତକୁ ନେଇ କଳ୍ପନା ଜଳ୍ପନା ଲାଗି ରହିଛି। ତେବେ ରାଜ୍ୟରେ ଦଳୀୟ ନେତୃତ୍ୱ ପରିବର୍ତ୍ତନ ଚର୍ଚ୍ଚାକୁ ବିଜେପିର ଏହି ବରିଷ୍ଠ ନେତା ଖଣ୍ଡନ କରିଛନ୍ତି ।

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 min ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

3 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

44 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

58 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago