ଏପ୍ରିଲ ୧୦ ପୂର୍ବରୁ ରାଜ୍ୟର ସମସ୍ତ ଜିଲ୍ଲାରେ ଜିଲ୍ଲାସ୍ତରୀୟ ଅଂଶୁଘାତ ମୁକାବିଲା କାର୍ଯ୍ୟକ୍ରମ ହେବ ଆରମ୍ଭ: SRC

କେନ୍ୟୁଜ୍(ବ୍ୟୁରୋ): ସମ୍ଭାବ୍ୟ ଅଂଶୁଘାତ ମୁକାବିଲା ପାଇଁ ପ୍ରସ୍ତୁତ ରାଜ୍ୟ ସରକାର। ଏପ୍ରିଲ ୧୦ ତାରିଖ ପୂର୍ବରୁ ରାଜ୍ୟର ସମସ୍ତ ଜିଲ୍ଲାରେ ଜିଲ୍ଲାସ୍ତରୀୟ ଅଂଶୁଘାତ ମୁକାବିଲା କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ସମସ୍ତ ବିଭାଗର ସଚିବ ଓ ମୁଖ୍ୟ ସଚିବଙ୍କୁ ନେଇ ଅଂଶୁଘାତ ମୁକାବିଲା ନେଇ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିବା କହିଛନ୍ତି ଏସଆରସି ପ୍ରଦୀପ ଜେନା। ମାର୍ଚ୍ଚରୁ ଜୁନ ମଧ୍ୟରେ ପ୍ରବଳ ଗରମ ଅନୁଭୁତ ହେଉଥିବାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନଳକୂପ ଓ ପିଇବା ପାଣି ସମସ୍ୟାର ସମାଧାନ କରିବାକୁ ପଦକ୍ଷେପ ଗ୍ରହଣ କରାଯାଇଛି।

ବିଜୁଳି କାଟ ସମସ୍ୟାକୁ ଦୂର କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଖରା ବଢୁଥିବାକୁ ବାହାର କାମ କରୁଥିବା ଶ୍ରମିକ ମାନଙ୍କୁ ସତର୍କତା ସହ କାମ କରିବାକୁ ପରାମର୍ଶ ଦିଆଯାଇଛି। ଡାକ୍ତରଖାନାରେ ମଧ୍ୟ ଅଂଶୁଘାତ ମୁକାବିଲା ନେଇ ସ୍ୱତନ୍ତ୍ର ୱାର୍ଡ ଗଠନ କରାଯିବ। ଏୟାରକୁଲର ଠାରୁ ଆରମ୍ଭ କରି ଅନ୍ୟାନ୍ୟ ସାମଗ୍ରୀ ପ୍ରଚୁର ମହଜୁଦ ରଖିବାକୁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.