ପୁଅ ବୁଝିଲାନି ମା’ର ମମତା, ଟଙ୍କା ପାଇଁ ଧାରୁଆ ଅସ୍ତ୍ରରେ ବେକ କାଟି କଲା ହତ୍ୟା

ତାଳଚେର (ନ୍ୟୁଜ): ତାଳଚେର କୋଲିୟାରୀ ଥାନା ଘଣ୍ଟପଡା ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଟଙ୍କା ପାଇଁ ମାଆକୁ ପୁଅ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକ ହେଲେ ଘଣ୍ଟପଡା ଗ୍ରାମର ଜୁଳେଇ ବିଶ୍ୱାଳ ।

ସୂଚନା ଅନୁସାରେ ମୃତକ ଜୁଳେଇ ବିଶ୍ୱାଳ ଘରେ ଟିଭି ଦେଖୁଥିବା ସମୟରେ କେହି ଦୁର୍ବୃତ୍ତ କୌଣସି ଧାରୁଆ ଅସ୍ତ୍ରରେ ତାଙ୍କ ବେକକୁ କାଟି ଦେଇଥିଲା । ରକ୍ତ ଜୁଡୁବୁଡୁ ଅବସ୍ଥାରେ ସେ ବାହାରକୁ ଆସି ପାଟି କରିବାରୁ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ନେହେରୁ ଶତାବ୍ଦୀ ଚିକିତ୍ସାଳୟକୁ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ଘଟଣା ସ୍ଥଳରେ କୋଲିୟାରୀ ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ମାଆକୁ ହତ୍ୟା କରିବା ସନ୍ଦେହରେ ଅଭିଯୁକ୍ତ ପୁଅ ମନୋଜ ବିଶ୍ୱାଳକୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.