Below header

କାହିଁକି ଜୀବନ ହାରିଲେ ଓଡ଼ିଆ ଆଲବମ ଅଭିନେତ୍ରୀ ? ମୃତ୍ୟୁର କାରଣ ଅସ୍ପଷ୍ଟ, ପୋଲିସର ତନାଘନା ଜାରି

ଗତକାଲି ସେ ମାମୁଙ୍କ ଘରକୁ ବୁଲିବା ପାଇଁ ଯାଇଥିଲେ । ସେଠାରେ କାହିଁକି ସୁଇସାଇଡ୍‌ କଲେ ଅଧିକ ଖୋଳତାଡ ଚଳାଇଛି ବଲାଙ୍ଗିର ଟାଉନ ଥାନା ପୋଲିସ ।

ବଲାଙ୍ଗିର (କେନ୍ୟୁଜ): ବଲାଙ୍ଗିରରେ ଓଡ଼ିଆ ଆଲବମ ଅଭିନେତ୍ରୀଙ୍କ ମୃତ୍ୟୁକୁ ନେଇ ବଢୁଛି ସସପେନ୍ସ । କେମିତି ଓ କେଉଁ ପରିସ୍ଥିତିରେ ରୁଚିସ୍ମିତା ଗୁରୁଙ୍କ ମୃତ୍ୟୁ ହେଲା । ବଲାଙ୍ଗିର ସୁଦପଡ଼ା ସ୍ଥିତ ମାମୁ ଘରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର ହୋଇଥିଲା । ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । କାହିଁକି ସୁଇସାଇଡ୍‌ କଲେ ରୁଚିସ୍ମିତା ? କାରଣ କଣ ହୋଇଥାପାରେ ? ଆତ୍ମହତ୍ୟା ପୂର୍ବରୁ ରୁଚିସ୍ମିତା ଓ ତାଙ୍କ ମାଆଙ୍କ ମଧ୍ୟରେ ବଚସା ହୋଇଥିଲା । ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ମୃତଦେହ ଉଦ୍ଧାର ବେଳେ ତାଙ୍କ ବେକରେ ବ୍ଲୁଟୁଥ୍‌ ଲାଗି ରହିଥିବା ଦେଖିବାକୁ ମିଳିଥିଲା । ତାଙ୍କ ଘର ବଲାଙ୍ଗିର ସହରର ତାଲପାଲିପଡ଼ାରେ । ଗତକାଲି ସେ ମାମୁଙ୍କ ଘରକୁ ବୁଲିବା ପାଇଁ ଯାଇଥିଲେ । ସେଠାରେ କାହିଁକି ସୁଇସାଇଡ୍‌ କଲେ ଅଧିକ ଖୋଳତାଡ ଚଳାଇଛି ବଲାଙ୍ଗିର ଟାଉନ ଥାନା ପୋଲିସ । ରୁଚିସ୍ମିତା ଜଣେ ସମ୍ବଲପୁର ଆଲବମ ଅଭିନେତ୍ରୀ ଓ କଣ୍ଠଶିଳ୍ପୀ । ରଙ୍ଗବତୀ ଏଗେନ ଗୀତରେ ଅଭିନୟ କରି ଚର୍ଚ୍ଚାକୁ ଆସିଥିଲେ ରୁଚିସ୍ମିତା । ଏଥିସହ ଅନେକ ଆଲବମ୍‌ରେ ଗୀତ ବି ଗାଇଛନ୍ତି । ସମ୍ବଲପୁରୀ ଆଲବମ୍‌ ଦୁନିଆରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ରୁଚିସ୍ମିତା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.