ବ୍ରହ୍ମପୁରରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, ପତ୍ନୀ ଆଣିଲେ ହତ୍ୟା ଅଭିଯୋଗ

ବ୍ରହ୍ମପୁର(କେନ୍ୟୁଜ୍): ବ୍ରହ୍ମପୁରରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ । ବଡ଼ବଜାର ଥାନା ତୃପ୍ତିନଗର ତୃତୀୟ ଲାଇନରେ ଯୁବକଙ୍କ ମୃତ୍ୟୁ । ଗତକାଲି ବିଳମ୍ବିତ ରାତିରେ ଜଣେ ଯୁବକଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି । ମୃତ ଯୁବକ ହେଲେ ରଞ୍ଜିତ ପାତ୍ର । ରଞ୍ଜିତଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ପତ୍ନୀ ବଡବଜାର ଥାନାରେ ଅଭିଯୋଗ କରିଛନ୍ତି ।

ହତ୍ୟା ପରେ ତାଙ୍କୁ ଝୁଲାଇ ଦିଆଯାଇଥିବା ଅଭିଯୋଗ କରିଛନ୍ତି ରଞ୍ଜିତଙ୍କ ପତ୍ନୀ । ବଡ ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର । ରଞ୍ଜିତଙ୍କ ପତ୍ନୀଙ୍କ ଅଭିଯୋଗକୁ ଭିତ୍ତି କରି ତଦନ୍ତ ଆରମ୍ଭ କରିଛି ପୋଲିସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.