ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ

ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ ଭାବେ ଶପଥ ନେଇଛନ୍ତି । କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଧାୟକ ଭାବେ ଶପଥ ପାଠ କରାଇଛନ୍ତି । ସେହିପରି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଶପଥ ନେଇଛନ୍ତି ।
ସେହିପରି ବିଧାୟକ ଭାବେ ନବୀନ ପଟ୍ଟନାୟକ ଶପଥ ନେଇଛନ୍ତି । କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ଵାଇଁ ସମସ୍ତଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ଏବେ ଅନ୍ୟ ବିଧାୟକ ମାନେ ଶପଥ ନେଉଛନ୍ତି । ସଂଧ୍ୟା ୫ଟା ଯାଏ ଚାଲିବ ଶପଥ ଗ୍ରହଣ ସମାରୋହ । ଆଜି ଓ ଆସନ୍ତାକାଲି ଶପଥ ନେବେ ନବନିର୍ବାଚିତ ବିଧାୟକ।
ଦୁଇଦିନ ଧରି ସମସ୍ତ ବିଧାୟକଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଚାଲିବ। ସେହିପରି ଆସନ୍ତାକାଲି ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ ହେବ। ୨୦ ତାରିଖରେ ବାଚସ୍ପତି ନିର୍ବାଚନ ରହିଛି। ବିଜେପିର ୭୮ ବିଧାୟକ ବିଧାନସଭାକୁ ନିର୍ବାଚିତ ହୋଇଥିବା ବେଳେ ୩ ଜଣ ସ୍ବାଧୀନ ବିଧାୟକ ମଧ୍ୟ ବିଜେପିକୁ ନିଜର ସମର୍ଥନ ଜଣାଇଛନ୍ତି । ରଣପୁର ବିଧାୟିକା ସୁରମା ପାଢୀଙ୍କୁ ବାଚସ୍ପତି ପଦ ପାଇଁ ବିଜେପି ପ୍ରାର୍ଥୀ କରିବାର ଯଥେଷ୍ଟ ସମ୍ଭାବନା ରହିଛି । ବିରୋଧୀ ଦଳ ବାଚସ୍ପତି ପଦ ପାଇଁ କାହାକୁ ପ୍ରାର୍ଥୀ କରିବେ କି ନାହିଁ ତାହା ଉପରେ ନଜର ରହିଛି ।