ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି କରୋନାରେ ଅସୁସ୍ଥ, ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ହେଲେ ଭର୍ତ୍ତି

କେନ୍ୟୁଜ୍(ବ୍ୟୁରୋ): ଜୟପୁର ବିଧାୟକ ତଥା କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି ଅସୁସ୍ଥ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ହେଲେ ଭର୍ତ୍ତି। କିଛି ଦିନ ହେବ ସେ ଅସୁସ୍ଥ ଅନୁଭବ କରୁଥିଲେ ।  ଗତକାଲି ଶ୍ରୀ ବାହିନୀପତିଙ୍କ କରୋନା ଟେଷ୍ଟ କରାଇବା ପରେ ତାଙ୍କ ରିପୋର୍ଟ ପଜିଟିଭ ଆସିଥିବା ସୂଚନା ମିଳିଛି।

ରିପୋର୍ଟ ପଜିଟିଭ ଆସିବା ପରେ ଶ୍ରୀ ବାହୀନୀ ପତି ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ଏନେଇ ତାରାପ୍ରସାଦଙ୍କ ସ୍ତ୍ରୀ ମିନାକ୍ଷୀ ବାହିନୀପତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.