ରାଜ୍ୟ

ଶିକ୍ଷକଙ୍କୁ ଲୋୟର ପିଏମ୍‌ଜିରେ ଆନ୍ଦୋଳନ ମନା, ଧାରଣା ପାଇଁ ଅନୁମତି ଦେଲାନି କମିଶନରେଟ୍‌ ପୋଲିସ

ଭୁବନେଶ୍ୱର (କେନ୍ୟୁଜ): ଶିକ୍ଷକଙ୍କୁ ଲୋୟର ପିଏମ୍‌ଜିରେ ଆନ୍ଦୋଳନ ମନା। ଧାରଣା ପାଇଁ ଅନୁମତି ଦେବାକୁ ମନାକଲା କମିଶନରେଟ୍‌ ପୋଲିସ । ଆସନ୍ତା ୧୦ ତାରିଖରେ ପୋଲିସ କମିଶନରଙ୍କୁ ଆନ୍ଦୋଳନ ପାଇଁ ଅନୁମତି ମାଗିଥିଲା ସଂଘ । ଧାରଣା ଦେଲେ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇପାରେ । ଆଜି ଧାରଣାରେ ପ୍ରାୟ ୪୦ ହଜାର ଶିକ୍ଷକ ଏକଜୁଟ୍ ହେବାର ଆଶଙ୍କା ଥିବାରୁ ଏହି ନିଷ୍ପତି ନିଆଯାଇଥିବା କୁହାଯାଇଛି। ବର୍ତ୍ତମାନ ମାଟ୍ରିକ ପରୀକ୍ଷା ଚାଲୁଥିବାରୁ ପିଲା ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ୩ ଦଫା ଦାବି ନେଇ ପ୍ରାୟ ଦେଢ ଲକ୍ଷ ପ୍ରାଥମିକ ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇଥାନ୍ତେ । ତେଣୁ କୌଣସି ପ୍ରକାର ସମସ୍ୟାକୁ ଏଡ଼ାଇବା ପାଇଁ ଏଭଳି ନିଷ୍ପତି ନେଇଛି କମିସନରେଟ ପୋଲିସ।

ସେହିପରି ଦଶଦଫା ଦାବି ପୂରଣ ପାଇଁ ଆସନ୍ତାକାଲି ଡ୍ରାଇଭର ମହାସଂଘ ଆନ୍ଦୋଳନ ଡାକରା ଦେଇଥିବା ବେଳେ ଘରୋଇ ବସ୍ ମାଲିକ ସଂଘ ଏହାକୁ ସମର୍ଥନ କରିନାହିଁ । ମାଟ୍ରିକ ପରୀକ୍ଷା ଚାଲିଥିବାରୁ ପିଲାମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟରେ ସ୍ୱାଭାବିକ ଭାବେ ବସ୍‍ ଚଳାଇବାକୁ ମାଲିକ ସଂଘ ନିଷ୍ପତ୍ତି ନେଇଛି। ତେବେ ଡ୍ରାଇଭର ସଂଘର ଆନ୍ଦୋଳନ ଡାକରା ଦୃଷ୍ଟିରୁ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ବସ୍‍ ମାଲିକ ସଂଘ ପୁଲିସ୍‍ ମହାନିର୍ଦ୍ଦେଶକଙ୍କୁ ଅନୁରୋଧ କରିଛି।

Barsha

Recent Posts

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ଯୁବକଙ୍କୁ ହତ୍ୟା ।  ଭୁବନେଶ୍ୱର ନାକା ଗେଟ୍ ନିକଟରୁ ଯୁବକଙ୍କ ମୃତଦେହ ଜବତ ହୋଇଛି । …

29 mins ago

ରବିନା ଟଣ୍ଡନଙ୍କ ବିରୁଦ୍ଧରେ ମାରପିଟ୍‌ ଅଭିଯୋଗ, ନିଶାରେ ବୟସ୍କା ମହିଳାଙ୍କୁ କରିଛନ୍ତି ଆକ୍ରମଣ

ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନଙ୍କ ଉପରେ ଅଭିଯୋଗ । ରବିନା ଜଣେ ବୟସ୍କା ମହିଳା ଏବଂ ତାଙ୍କ ପରିବାର ସହିତ…

30 mins ago

ବ୍ରେକଅପ୍‌ ଆମକୁ କଣ ଶିକ୍ଷା ଦିଏ ? ଜାଣନ୍ତୁ କିଛି ରୋଚକ କଥା

ମେଣ୍ଟାଲ ହେଲଥ୍‌ ଏବଂ ଇମୋସନ୍‌ ପାଇଁ ବ୍ରେକଅପ୍‌ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…

1 hour ago

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା, ଜାଣନ୍ତୁ କ’ଣ ଏହାର ସ୍ୱତନ୍ତ୍ରତା?

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…

1 hour ago

କୋଚିନ ସିପୟାର୍ଡରେ ସେଫ୍ଟି ଆସିଷ୍ଟାଣ୍ଟ ପଦବୀରେ ଭର୍ତ୍ତି, ଜାଣନ୍ତୁ କେତେ ମିଳିବ ଦରମା

କୋଚିନ ସିପୟାର୍ଡ ଲିମିଟେଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ୩୦ରୁ ଅଧିକ ପଦବୀରେ…

1 hour ago

ସତସଙ୍ଗ ବିହାରରେ ସିରିଜ୍‌ ଦୁର୍ଘଟଣା, ଦୁଇଟି କାର୍‌କୁ ପଛରୁ ପିଟିଲା ବସ୍‌

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ସିରିଜ୍‌ ଦୁର୍ଘଟଣା । ଭୁବନେଶ୍ବର ସତସଙ୍ଗ ବିହାର ନିକଟରେ ଘଟିଛି ଏହି ଦୁର୍ଘଟଣା । ପ୍ରଥମେ…

2 hours ago