ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଟିମ ବିଜେପି ଭେଟିଲେ ରାଜ୍ୟପାଳଙ୍କୁ, ସରକାର ଗଠନ ଦାବି କଲେ

କେନ୍ୟୁଜ (ବ୍ୟୁରୋ) : ଓଡ଼ିଶାରେ ସରକାର ଗଠନ କରିବାକୁ ବିଜେପି ରାଜ୍ୟପାଳଙ୍କ ନିକଟରେ ଦାବି କରିଛି । ଆଜି ରାଜ୍ୟ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା ପରେ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସହ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଏବଂ କେନ୍ଦ୍ରମନ୍ତ୍ରୀ ରାଜଭବନ ଯାଇ ସରକାର ଗଠନ କରିବାକୁ ଦାବି କରିଥିଲେ । ଆସନ୍ତାକାଲି ଜନତା ମଇଦାନରେ ନୂଆ ସରକାରର ଶପଥ ପାଠ କାର୍ଯ୍ୟକ୍ରମ ହେବ । ପ୍ରଧାନମନ୍ତ୍ରୀ ଆସନ୍ତାକାଲି ଏହି ଶପଥପାଠ ଉତ୍ସବରେ ଯୋଗଦାନ କରିବେ ।

ଆଜି ଅପରାହ୍ନରେ ବିଜେପି ବିଧାୟକ ଦଳର ବୈଠକରେ କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କୁ ବିଧାୟକ ଦଳର ନେତା ବଛାଯାଇଥିଲା । ତାଙ୍କ ସହିତ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବ ଚୟନ କରାଯାଇଥିଲା । ଏହାପରେ ବିଜେପି ନେତାମାନେ ରାଜଭବନ ଯାଇ ସରକାର ଗଠନ କରିବାକୁ ଦାବି କରିଥିଲେ ।

Leave A Reply

Your email address will not be published.