ରାଜ୍ୟ

ଇଣ୍ଡିଆ ସ୍କିଲ୍ସ-୨୦୨୪ରେ ଟିମ୍ ଓଡ଼ିଶା ଟପ୍ପର, ଏବେ ଲକ୍ଷ୍ୟ ୱାର୍ଲ୍ଡ ସ୍କିଲ୍ସ, ବିଜେତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର (କେନ୍ୟୁଜ୍‌) : ‘ଇଣ୍ଡିଆ ସ୍କିଲ୍ସ-୨୦୨୪’ରେ ଚମକିଛନ୍ତି ଓଡ଼ିଶା ପ୍ରତିଯୋଗୀ । ଏହି ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଟିମ୍ ଓଡ଼ିଶା ଶ୍ରେଷ୍ଠ ପ୍ରଦର୍ଶନ କରି ଶ୍ରେଷ୍ଠ ବିବେଚିତ ହୋଇଛି । ସର୍ବଭାରତୀୟ ସ୍ତରରେ ସର୍ବାଧିକ ୫୧ଟି ପଦକ ଜିତି ଓଡ଼ିଶା ରେକର୍ଡ କରିଛି । ସୋମବାର ଦିନ ଟିମ୍ ଓଡ଼ିଶାର ପ୍ରତିଯୋଗୀ ଭୁବନେଶ୍ୱର ଫେରିଛନ୍ତି । ଏହି ଟିମକୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା।

ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଊଷା ପାଢ଼ୀ, ନିୟୋଜନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ତଥା ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ସିଇଓ ରଶ୍ମିତା ପଣ୍ଡା, ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରେଘୁ ଜି, ବିଶ୍ୱ ଦକ୍ଷତା କେନ୍ଦ୍ରର ସିଓଓ ପିନାକୀ ପଟ୍ଟନାୟକ, ଅଧ୍ୟକ୍ଷ ଟି ଥମ୍ବିରାଜା, ଉପାଧ୍ୟକ୍ଷ ଡକ୍ଟର ଶୁଭଙ୍ଗ କିଶୋର ଦାସ ବିମାନ ବନ୍ଦରଠାରେ ପହଞ୍ଚି ପ୍ରତିଯୋଗୀମାନଙ୍କୁ ଅଭିନନ୍ଦନ ଜଣାଇବା ସହ ସ୍ୱାଗତ କରିଥିଲେ।

ଇଣ୍ଡିଆ ସ୍କିଲ୍ସରେ ସଫଳତା ପାଇଥିବା ଟିମ୍ ଓଡ଼ିଶାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ପ୍ରତିଯୋଗୀମାନଙ୍କ କଠିନ ପରିଶ୍ରମ, ଉତ୍ସର୍ଗୀକୃତ ମନୋଭାବ ଯୋଗୁଁ ଓଡ଼ିଶାକୁ ସଫଳତା ମିଳି ପାରିଛି। ଏହା ଆମ ରାଜ୍ୟ ପାଇଁ ଗର୍ବର କଥା। ଏହି ସଫଳତା ଅନ୍ୟମାନଙ୍କ ପାଇଁ ପ୍ରେରଣା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେହିପରି ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ସିଇଓ ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ମଧ୍ୟ ଟିମ୍ ଓଡ଼ିଶାର ପ୍ରତିଯୋଗୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଜ୍ୟ ସରକାରଙ୍କ ‘ସ୍କିଲ୍ଡ ଇନ୍ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଓଡ଼ିଶାର ଯୁବପିଢ଼ିଙ୍କ ଭିତରେ ଯେଉଁ ଅନନ୍ୟ ଦକ୍ଷତା ରହିଛି ତାହାକୁ ବ୍ୟାପକ କରାଯାଇ ବିଶ୍ୱସ୍ତରୀୟ କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଛନ୍ତି।

‘ଇଣ୍ଡିଆ ସ୍କିଲ୍ସ’ରେ ଓଡ଼ିଶା ଲଗାତର ଭାବେ ଶ୍ରେଷ୍ଠ ପ୍ରଦର୍ଶନ କରିଛି। ଚଳିତ ଥର ଟିମ୍ ଓଡ଼ିଶା ସର୍ବାଧିକ ୧୭ଟି ସ୍ୱର୍ଣ୍ଣ ପଦକ ପାଇଥିବା ବେଳେ ୧୩ଟି ରୌପ୍ୟ ଏବଂ ୯ଟି ବ୍ରୋଞ୍ଜ ପଦକ ହାସଲ କରିଛି। ସେହିପରି ୧୨ ଜଣଙ୍କୁ ମେଡାଲିୟନ ଅଫ ଏକ୍ସଲେନ୍ସ ପୁରସ୍କାର ପ୍ରଦାନ କରାଯାଇଛି।

ଆଗାମୀ ସେପ୍ଟେମ୍ବର ମାସରେ ଫ୍ରାନ୍ସରେ ହେବାକୁ ଥିବା ୱାର୍ଲ୍ଡ ସ୍କିଲ୍ସ ପ୍ରତିଯୋଗିତାରେ ଟିମ୍ ଓଡ଼ିଶା ଶ୍ରେଷ୍ଠ ପ୍ରଦର୍ଶନ ଜାରି ରଖିବାକୁ ଲକ୍ଷ୍ୟ ରଖିଛି । ଭାରତର ୪ଟି ସହରର ୯ଟି କେନ୍ଦ୍ରରେ ଇଣ୍ଡିଆ ସ୍କିଲ୍ସ-୨୦୨୪ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଭାରତ ସରକାରଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟମଶୀଳତା ମନ୍ତ୍ରାଳୟ ଅଧୀନରେ ଥିବା ଜାତୀୟ ଦକ୍ଷତା ବିକାଶ ନିଗମ (ଏନଏସଡିସି) ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରୁ ୯୦୦ରୁ ଅଧିକ ପ୍ରତିଯୋଗୀ ଭାଗ ନେଇଥିଲେ।

ଇଣ୍ଡିଆ ସ୍କିଲ୍ସରେ ଓଡ଼ିଶାରୁ ମୋଟ ୬୪ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। ମୋବାଇଲ ରୋବୋଟିକ୍ସ, ଇନଫରମେସନ୍ ନେଟୱାର୍କ କେବଲିଂ, ଇଣ୍ଡଷ୍ଟ୍ରିଆଲ କଣ୍ଟ୍ରୋଲ, ମୋବାଇଲ ଆପ୍ଲିକେସନ୍ ଡେଭଲପମେଣ୍ଟ୍, ସାଇବର ସିକ୍ୟୁରିଟି ଭଳି ୪୮ଟି ସ୍କିଲରେ ଭାଗ ନେଇଥିଲେ। ତା’ ଭିତରୁ ୪୧ଟି ସ୍କିଲରେ ଶ୍ରେଷ୍ଠ ପ୍ରଦର୍ଶନ କରି ଟିମ ଓଡ଼ିଶା ପଦକ ପାଇଥିଲା।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

37 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago