Below header

କମିବ ରାତିର ତାପମାତ୍ରା: ଆଗାମୀ ୨ଦିନରେ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୫ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ): ଲେଉଟିବ ଶୀତ। କମିବ ରାତିର ତାପମାତ୍ରା। ଆଗାମୀ ୨ଦିନରେ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୫ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୫ଦିନ ଧରି ପାଗ ଶୁଖିଲା ରହିବ ଓ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ଗତ ୨୪ଘଣ୍ଟାରେ କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇଛି। ଆଭ୍ୟନ୍ତରୀଣ ଓଡ଼ିଶାର କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ହାଲୁକା କୁହୁଡ଼ି ଦେଖାଯାଇଛି।

ରାତିର ତାପମାତ୍ରା ସ୍ୱାଭାବିକ ତାପମାତ୍ରା ସହ ପ୍ରାୟ ସମାନ ରହିଛି। ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ କୁହୁଡିର ସମ୍ଭାବନା ରହିଛି। ତେବେ ୧୭ ତାରିଖ ପରେ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.