ଘରେ ଘରେ ଲୋକଙ୍କୁ ମିଳିବ ଚିକିତ୍ସା ସେବା, ଆସନ୍ତାକାଲିଠାରୁ ଟେଲିମେଡିସିନ୍ ହେଲ୍ପଲାଇନ ନମ୍ବର କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି ରାଜ୍ୟ ସରକାର

କେନ୍ୟୁଜ(ବ୍ୟୁରୋ): ଘରେ ଘରେ ଲୋକଙ୍କୁ ମିଳିବ ସ୍ୱାସ୍ଥ୍ୟ ସେବା । ହେଲ୍ପଲାଇନ ଜରିଆରେ ରୋଗୀଙ୍କୁ ମିଳିପାରିବ ଡାକ୍ତରୀ ପରାମର୍ଶ । କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଆସନ୍ତାକାଲିଠାରୁ ଟେଲିମେଡିସିନ୍ ହେଲ୍ପଲାଇନ ନମ୍ବରକୁ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି । ଲୋକେ ଘରେ ଥାଇ ହେଲ୍ପଲାଇନ ନମ୍ବର-୧୪୪୧୦କୁ ଫୋନ କରି ଗୁରୁତ୍ୱପୂର୍ଣ୍ଣ ଚିକିତ୍ସା ପରାମର୍ଶ ପାଇପାରିବେ । ଏହି ହେଲ୍ପଲାଇନ ନମ୍ବର ୧୦୪ ଭଳି କାମ କରିବ । କୋଭିଡ-୧୯ ମୁଖ୍ୟ ସୁବ୍ରତ ବାଗଚୀଙ୍କ ସାମ୍ବାଦିକ ସମ୍ମିଳନୀରେ ଡ. କ୍ରିଷ୍ଣ କୁମାର କହିଛନ୍ତି, ରାଜ୍ୟ ସରକାର ଟେଲିମେଡିସିନ ହେଲ୍ପଲାଇନ ନମ୍ବର-୧୪୪୧୦ ଖୁବ ଶୀଘ୍ର ଜାରି ହେବାକୁ କରବାକୁ ଯାଉଛନ୍ତି । ଏହି ହେଲ୍ପଲାଇନରେ ଆଇଭିଆରଏସ ସିଷ୍ଟମ ରହିଛି । ଏହା ମାଧ୍ୟମରେ ଟେଲିମେଡିସିନ ପାଇଁ ନିଯୁକ୍ତ ହୋଇଥିବା ୩୦୦ ଡାକ୍ତର ସଂଯୋଗ ରହିବେ । ଲୋକେ ଏହି ଟେଲିମେଡିସିନ ହେଲ୍ପଲାଇନକୁ ଫୋନ କରି ନିଜର ରୋଗର ପରାମର୍ଶ ଓ ଚିକିତ୍ସା ସୁବିଧା ପାଇପାରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.