Below header

ଆଶ୍ବସ୍ତି ଆଣିଛି କାଳବୈଶାଖୀ ବର୍ଷା, ଆଗାମୀ ୪ ଦିନ ପର୍ଯ୍ୟନ୍ତ ରହିବ ଏଭଳି ପାଗ

ଆଶ୍ବସ୍ତି ଆଣିଛି କାଳବୈଶାଖୀ ବର୍ଷା । ରାଜ୍ୟରେ ଆଉ ୩ ଦିନ ପର୍ଯ୍ୟନ୍ତ ତାତି ନାହିଁ । ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ଏହି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଭୁବନେଶ୍ୱର (କେନ୍ୟୁଜ): ପ୍ରବଳ ତାତିରୁ ମିଳିଛି ଆଶ୍ବସ୍ତି ।  ରାଜ୍ୟରେ ଆଉ ୩ ଦିନ ପର୍ଯ୍ୟନ୍ତ ତାତି ନାହିଁ  ।  ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ  ।  ଏହି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଜୁଳି, ଘଡ଼ଘଡ଼ି ଓ ବର୍ଷା ପାଇଁ ଆଜି ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, କନ୍ଧମାଳ, ରାୟଗଡ଼ା, କୋରାପୁଟ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।  ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରେ ୬ ତାରିଖରୁ ରାଜ୍ୟରେ ପାଗ ପରିବର୍ତ୍ତନ ହୋଇଛି । କାଳବୈଶାଖୀ ବର୍ଷା ଯୋଗୁ ତାତିରେ ବ୍ରେକ ଲାଗିଛି ।  କିନ୍ତୁ ଆଗାମୀ ୨୪ ଘଣ୍ଟାରେ ବର୍ଷାର ପରିମାଣ ବଢିବା ସହ ବିସ୍ତୃତି ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଗାମୀ ୪ ଦିନ ପର୍ଯ୍ୟନ୍ତ ଏହି ପ୍ରକାର ସ୍ଥିତି ଲାଗି ରହିବ ।  ଗତକାଲି ବଲାଙ୍ଗୀର ଓ ନୂଆପଡାରେ ସର୍ବାଧିକ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.