ପୁଣି ଡରାଇଲାଣି ତାତି, ସକାଳ ୮ଟା ୩୦ ସୁଦ୍ଧା ଭୁବନେଶ୍ବର ତାପମାତ୍ରା ୩୪.୬ ଡିଗ୍ରୀ ରେକର୍ଡ

ପୁଣି ବଢ଼ିଲା ତାତି । କିଛି ଦିନର ଆଶ୍ବସ୍ତି ପରେ ପୁଣି ଜାଳିଲା । ଅସ୍ତବ୍ୟସ୍ତ କରୁଛି ଗରମ ଓ ଗୁଳୁଗୁଳି । ସକାଳ ୮ଟା ୩୦ ସୁଦ୍ଧା ଭୁବନେଶ୍ବର ତାପମାତ୍ରା ୩୪.୬ ଡିଗ୍ରୀ ରେକର୍ଡ କରାଯାଇଛି । ୪ରୁ ୫ଦିନ ମଧ୍ୟରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ହେବ। କାଲିଠାରୁ ଅଧିକ ଅନୁଭୂତ ହେବ ତାତି ।

ଭୁବନେଶ୍ବର (କେନ୍ୟୁଜ): ପୁଣି ବଢ଼ିଲା ତାତି। କିଛି ଦିନର ଆଶ୍ବସ୍ତି ପରେ ପୁଣି ଜାଳିଲା ।  ଅସ୍ତବ୍ୟସ୍ତ କରୁଛି ଗରମ ଓ ଗୁଳୁଗୁଳି । ସକାଳ ୮ଟା ୩୦ ସୁଦ୍ଧା ଭୁବନେଶ୍ବର ତାପମାତ୍ରା ୩୪.୬ ଡିଗ୍ରୀ ରେକର୍ଡ କରାଯାଇଛି । ୪ରୁ ୫ଦିନ ମଧ୍ୟରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ହେବ। କାଲିଠାରୁ ଅଧିକ ଅନୁଭୂତ ହେବ ତାତି । ୨୧ରୁ୨୩ ଯାଏ ଗ୍ରୀଷ୍ମପ୍ରବାହ ବହିବ । ଏହି ସମୟରେ ତାତି ଅସମ୍ଭାଳ ହେବ ।

ସେହିଏପରି ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଅଧିକ ଅନୁଭୂତ ହେବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସହ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବ । ୨୦ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୈଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ କନ୍ଧମାଳ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେପଟେ ଆସନ୍ତା ମେ ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପ ସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁବ ବୋଲି ଆକଳନ କରାଯାଇଛି । ସୂଚନା ଅନୁସାରେ ମେ’ ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁବ । କେରଳକୁ ମୌସୁମୀ ବାୟୁ ଛୁଇଁବା ପରେ ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ ସେନେଇ କୁହାଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.