ରାଜ୍ୟ

ପୁଣି ଡରାଇଲାଣି ତାତି, ସକାଳ ୮ଟା ୩୦ ସୁଦ୍ଧା ଭୁବନେଶ୍ବର ତାପମାତ୍ରା ୩୪.୬ ଡିଗ୍ରୀ ରେକର୍ଡ

ଭୁବନେଶ୍ବର (କେନ୍ୟୁଜ): ପୁଣି ବଢ଼ିଲା ତାତି। କିଛି ଦିନର ଆଶ୍ବସ୍ତି ପରେ ପୁଣି ଜାଳିଲା ।  ଅସ୍ତବ୍ୟସ୍ତ କରୁଛି ଗରମ ଓ ଗୁଳୁଗୁଳି । ସକାଳ ୮ଟା ୩୦ ସୁଦ୍ଧା ଭୁବନେଶ୍ବର ତାପମାତ୍ରା ୩୪.୬ ଡିଗ୍ରୀ ରେକର୍ଡ କରାଯାଇଛି । ୪ରୁ ୫ଦିନ ମଧ୍ୟରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ହେବ। କାଲିଠାରୁ ଅଧିକ ଅନୁଭୂତ ହେବ ତାତି । ୨୧ରୁ୨୩ ଯାଏ ଗ୍ରୀଷ୍ମପ୍ରବାହ ବହିବ । ଏହି ସମୟରେ ତାତି ଅସମ୍ଭାଳ ହେବ ।

ସେହିଏପରି ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଅଧିକ ଅନୁଭୂତ ହେବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସହ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବ । ୨୦ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୈଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ କନ୍ଧମାଳ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେପଟେ ଆସନ୍ତା ମେ ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପ ସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁବ ବୋଲି ଆକଳନ କରାଯାଇଛି । ସୂଚନା ଅନୁସାରେ ମେ’ ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁବ । କେରଳକୁ ମୌସୁମୀ ବାୟୁ ଛୁଇଁବା ପରେ ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ ସେନେଇ କୁହାଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago