ରାଜ୍ୟ

ରାଜଧାନୀରେ ତାତିର ପ୍ରକୋପ : ସକାଳ ୮.୩୦ ସୁଦ୍ଧା ୩୨ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର (କେନ୍ୟୁଜ): ତାତିରୁ ମିଳୁନି ତ୍ରାହି । ଆହୁରି ୩ ଦିନ କଲବଲ କରିବ। ଖରା ତାତି ସାଙ୍ଗକୁ ଜନଜୀବନକୁ ଅସହ୍ୟ କରିବ ଗୁଳୁଗୁଳି । ତତଲା ତାଓ୍ଵାରେ ଭାଜି ହେଉଛି ସାରା ଓଡ଼ିଶା । ରାଜଧାନୀରେ ସକାଳ ୮ଟା ୩୦ ସୁଦ୍ଧା ୩୨.୬ଂ ତାପମାତ୍ରା ରେକର୍ଡ କରାଯାଇଛି। ଆଜି ପାଇଁ ୪ ଜିଲ୍ଲା ଗଞ୍ଜାମ, ପୁରୀ, ଜଗତସିଂହପୁର ଓ ସମ୍ବଲପୁରକୁ ହିଟେଓ୍ଵଭ୍‌ ନେଇ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ତତଲାଗଡ଼ ପାଲଟିଛି ବାରିପଦା ।

ଗତକାଲି ବାରିପଦାରେ ସର୍ବୋଚ୍ଚ ତାପମାତ୍ରା ୪୪.୨ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିଲା । ରାଜ୍ୟରେ ୨୪ଟି ସହରରେ ୪୦ ଡିଗ୍ରୀ କିମ୍ବା ତାଠୁ ଅଧିକ ରହିଥିଲା ପାରଦ । ଏଥିରୁ ୪୩ ଡିଗ୍ରୀ ଉପରେ ରହିଥିଲା ୯ ସହରରେ ତାତି । ଆସନ୍ତା ୩ଦିନ ତାତିରୁ ନିସ୍ତାର ନାହିଁ । ତାତି ସହ ବାୟୁମଣ୍ଡଳରେ ଆର୍ଦ୍ରତା ବଢିବା ଯୋଗୁଁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବ । ଝାଞ୍ଜି ପବନ ବି ବହିପାରେ । ଦିନର ତାପମାତ୍ରା ଅଧିକାଂଶ ସ୍ଥାନରେ ୪୦ ଡିଗ୍ରୀ କିମ୍ବା ତାଠୁ ଅଧିକ ରହିବ । ୨୦ ତାରିଖ ପରେ କମିପାରେ ତାପମାତ୍ରା । ଓଡ଼ିଶା ଉପକୂଳରେ ଏକ ଗୁରୁଚାପ ବଳୟ ରହିବ । ଯାହା ପ୍ରଭାବରେ ସାମୁଦ୍ରିକ ବାୟୁ ରାଜ୍ୟକୁ ପ୍ରବେଶ କରିବ । ବର୍ଷା ପରିମାଣ ବଢ଼ିବା ସହ ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏ କମିପାରେ ।

Barsha

Recent Posts

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

7 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

24 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

38 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

51 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

52 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago