ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ, ଆସନ୍ତା ୧୮ରୁ ବଢ଼ିବ ତାତି

କେନ୍ୟୁଜ୍ : ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ । ଆସନ୍ତା ୧୮ ତାରିଖରୁ ତାତି ଆହୁରି ବଢ଼ିବ । ଆଭ୍ୟନ୍ତରୀଣ ଓଡିଶାର ତାପମାତ୍ରା ଉପକୂଳ ଓଡ଼ିଶା ଠାରୁ ୨ ରୁ ୩ ଡିଗ୍ରୀ ସେଲସିୟସ ଅଧିକ ରହିବ । ଗତକାଲି ରାଜ୍ୟର ୧୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରହିଛି । ତାଳଚେର ଓ ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ସେହିପରି ଅଧିକାଂଶ ସହରର ପାରଦ ୩୫ ଡିଗ୍ରୀ ସେଲସିୟସ ପାଖାପାଖି ରହିଛି । କାଳବୈଶାଖୀ ପ୍ରଭାବରେ କେନ୍ଦ୍ରାପଡା, ଯାଜପୁର, ବାଲେଶ୍ୱର ଓ ଜଗତସିଂହପୁର ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବାନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.