ଅସହ୍ୟ ଖରା ତାତିରୁ ମିଳିଛି ତ୍ରାହି, କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଖସିଛି ତାପମାତ୍ରା

ତ ଦୁଇ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି । ଭୁବନେଶ୍ୱର, କଟକ ସମେତ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଛି । ଆଗାମୀ ୩ ଘଣ୍ଟାରେ ଗଞ୍ଜାମ, ପୁରୀ, ନୟାଗଡ଼, କନ୍ଧମାଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ସ୍ଥାନେ ସ୍ଥାନେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

କେନ୍ୟୁଜ(ବ୍ୟୁରୋ): ଗ୍ରୀଷ୍ମକୋପରୁ ମିଳିଛି ଆଶ୍ୱସ୍ତି । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଖସିଛି ତାପମାତ୍ରା । ଅସହ୍ୟ ଖରା ତାତିରୁ ତ୍ରାହି ମିଳିଛି । ଗତ ଦୁଇ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି । ଭୁବନେଶ୍ୱର, କଟକ ସମେତ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଛି । ଆଗାମୀ ୩ ଘଣ୍ଟାରେ ଗଞ୍ଜାମ, ପୁରୀ, ନୟାଗଡ଼, କନ୍ଧମାଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ସ୍ଥାନେ ସ୍ଥାନେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏତିକିବେଳେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ବହିପାରେ ପବନ । ଆଗାମୀ ୪ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଓ ଝଡ଼ ପବନ ହେବ ।

ଆଜି ଓ ଆସନ୍ତାକାଲି ଅଧିକ ରହିବ କାଳବୈଶାଖୀର ଅଧିକ ପ୍ରକୋପ । ଆଜି ପାଇଁ ଉତ୍ତର, ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଝଡ଼ ବର୍ଷା ନେଇ ୧୮ ଜିଲ୍ଲାକୁ ଝଡ଼ ବର୍ଷା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦିଆଯାଇଛି । ଏସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୭ ଜିଲ୍ଲା ବୌଦ୍ଧ, କଟକ, ଯାଜପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟରେ କୁଆପଥର ମାଡ଼ ହେବାର ସମ୍ଭାବନା ରହଛି । ଆସନ୍ତାକାଲି ଅଧିକ ରହିବ କାଳବୈଶାଖୀ ପ୍ରଭାବ । ଝଡ଼ ବର୍ଷା ନେଇ କାଲି ପାଇଁ ୨୧ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । କୋରାପୁଟ, ରାୟଗଡ଼ା, ଢେଙ୍କାନାଳ, ଯାଜପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରେ କୁଆପଥର ମାଡ଼ ହୋଇପାରେ । ଘଣ୍ଟାପ୍ରତି ପବନର ବେଗ ୪୦-୫୦ କିଲୋମିଟର ରହିବ । .

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.