ପୁଣି ବଢିବ ତାତି, ଆଗାମୀ ୩ରୁ ୪ଦିନ ମଧ୍ୟରେ ଦିନ ତାପମାତ୍ରାରେ ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବ

ପୁଣି ବଢିବ ତାତି । ଆଗାମୀ ୩ରୁ ୪ଦିନ ମଧ୍ୟରେ ଦିନ ତାପମାତ୍ରାରେ ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ବାତ୍ୟା ରେମାଲ ପ୍ରଭାବରେ ରାଜ୍ୟରେ ପାଗ ମେଘୁଆ ରହିଛି । ୨୪ ଘଣ୍ଟା ଯାଏ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ ।

ଭୁବନେଶ୍ୱର(କେନ୍ୟୁଜ୍‌): ପୁଣି ବଢିବ ତାତି । ଆଗାମୀ ୩ରୁ ୪ଦିନ ମଧ୍ୟରେ ଦିନ ତାପମାତ୍ରାରେ ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ବାତ୍ୟା ରେମାଲ ପ୍ରଭାବରେ ରାଜ୍ୟରେ ପାଗ ମେଘୁଆ ରହିଛି । ୨୪ ଘଣ୍ଟା ଯାଏ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ୨ଦିନ ପରେ ପାଗ ଶୁଖିଲା ରହିବା ସହ ଖରାର ପ୍ରକୋପ ବଢିବ ।

ତେବେ କେତେକ ସ୍ଥାନରେ ଆକାଶ ମେଘୁଆ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ଥିବାରୁ ଗୁଳୁଗୁଳି ଅନୁଭୂତ ହେଉଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗକୁ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି । ଆଗାମୀ ୫ଦିନରେ ମୌସୁମୀ କେରଳ ଛୁଇଁବା ସମ୍ଭାବନା ରହିଛି ।

 

Leave A Reply

Your email address will not be published.