Below header

ପୁଣି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି, ଭୁବନେଶ୍ୱର ଓ ବାରିପଦାରେ ସର୍ବାଧିକ ତାତି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ପୁଣିଥରେ ବୃଦ୍ଧି ପାଇଛି । ରବିବାର ବିଭିନ୍ନ ସ୍ଥାନରେ ଦୁଇ ଡିଗ୍ରୀରୁ ଅଧିକ ତାପମାତ୍ରା ବଢ଼ିଛି । ଭୁବନେଶ୍ୱର ଓ ବାରିପଦାରେ ରାଜ୍ୟର ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି । ଦୁଇ ସହରରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।

ଏହା ବ୍ୟତୀତ ବାକି ୫ଟି ଜିଲ୍ଲାରେ ୩୯ ଡିଗ୍ରୀ ଓ ୪ ଜିଲ୍ଲାରେ ୩୮ ଡିଗ୍ରୀ ଉପରେ ରହିଛି । ଆସନ୍ତା ୫ ଦିନ ମଧ୍ୟରେ ତାପମାତ୍ରା ବିଶେଷ ପରିବର୍ତ୍ତନ ହେବାରେ ସମ୍ଭାବନା ନାହିଁ । ତେଣୁ କିଛି ଦିନ ପର୍ଯ୍ୟନ୍ତ ଅଧିକାଂଶ ଅଞ୍ଚଳରେ ତାପମାତ୍ରା ସ୍ୱାଭାବିକ ଠାରୁ ୨-୩ ଡିଗ୍ରୀ ଉପରେ ରହିବ ।ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.