ରାଜ୍ୟ

ତିନି ଦିନ ଭିତରେ ତାପମାତ୍ରା ଚାରିରୁ ପାଞ୍ଚ ଡିଗ୍ରୀ ଯାଏ କମିବ, ଗ୍ରୀଷ୍ମ ପ୍ରବାହରୁ ମିଳିବ ସାମାନ୍ୟ ଆଶ୍ୱସ୍ତି

କେନ୍ୟୁଜ୍(ବ୍ୟୁରୋ):ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି। ଆସନ୍ତା ତିନି ଦିନ ଭିତରେ ତାପମାତ୍ରା ଚାରିରୁ ପାଞ୍ଚ ଡିଗ୍ରୀ ଯାଏ କମିବ । ଆଜି ଆଭ୍ୟନ୍ତରୀଣ ଓଡ଼ିଶାରେ ସକାଳ ସମୟରେ ୭ଟି ଜାଗାରେ ବିଜୁଳି ଓ ଘଡଘଡି ସହ ମେଘୁଆ ପାଗ ରହିଥିଲା । କୋରାପୁଟ କୋଟପାଡ଼ରେ ୧୫ମିଲିମିଟର ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ରାଜ୍ୟର ଅନ୍ୟ ସ୍ଥାନରେ ହାଲୁକା ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୫ ଦିନରେ ମେଘୁଆ ପାଗ ସହ ଚାରିରୁ ପାଞ୍ଚ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଖସିବ ।

ଆଜି ବିଭିନ୍ନ ସ୍ଥାନରେ ପବନ ଓ ବର୍ଷା ଯୋଗୁଁ ତାତିରୁ କିଛି ପରିମାଣରେ ଆଶ୍ୱସ୍ତି ମିଳିଛି । ୨୨ ଓ ୨୩ ତାରିଖରେ କାଳବୈଶାଖୀ ପ୍ରଭାବ ରହିବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର । କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ଆଜି ଭୋରରୁ କଟକ, ମୟୂରଭଞ୍ଜ, ବଲାଙ୍ଗିର, ଟିଟିଲାଗଡ଼ ଓ କୋରାପୁଟରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି । କଟକରେ ଝଡ଼ ପବନ ଯୋଗୁଁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ରାଜଧାନୀରେ ବି ସମାନ ସ୍ଥିତି ।

KNews Bureau

Recent Posts

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

4 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

12 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

14 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

22 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

47 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

56 mins ago