ଆଜିଠୁ ପୁଣି ରାଜ୍ୟରେ ବଢ଼ିବ ତାପମାତ୍ରା, ଆସନ୍ତା ୨୪ ଘଣ୍ଟା ଭିତରେ ଘଡ଼ଘଡ଼ି ଓ ବଜ୍ରପାତ ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର (କେନ୍ୟୁଜ୍): ତଲା କଡ଼େଇରେ ଭାଜି ହେବ ଓଡ଼ିଶା । ଆଜିଠୁ ପୁଣି ରାଜ୍ୟରେ ବଢ଼ିବ ତାପମାତ୍ରା । ଆସନ୍ତା ୨୪ ଘଣ୍ଟା ପରେ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ ଯାଏ ବୃଦ୍ଧି ସମ୍ଭାବନା ରହିଛି । ସେହିପରି ଉପକୂଳ ଓଡ଼ିଶାରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ଯାଏ ବଢ଼ିବ ।

ଏନେଇ ସତର୍କ କରାଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ସେଲସିୟସ୍‌ ପାର କରିଛି । ରାଜଧାନୀରେ ଆଜି ୪୦.୮ ଡିଗ୍ରୀ ସେଲସିୟସ୍‌ ରହିଥିଲା ଦିନର ତାପମାତ୍ରା । ଯାହାକି ଚଳିତବର୍ଷର ସର୍ବାଧିକ । ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଆସନ୍ତା ୨୪ ଘଣ୍ଟା ଭିତରେ ଘଡ଼ଘଡ଼ି ଓ ବଜ୍ରପାତ ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ କୁଆପଥର ମାଡ଼ ହୋଇପାରେ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.