ଆହୁରି ବଢିବ ତାପମାତ୍ରା: ପହିଲା ଯାଏଁ ସିଝିବ ଆଭ୍ୟନ୍ତରୀଣ ଓଡ଼ିଶା

ଭୁବନେଶ୍ୱର(କେନ୍ୟୁଜ) : ଆହୁରି ବଢ଼ିବ ତାତି । ଏପ୍ରିଲ ୧ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା । ଆସନ୍ତାକାଲି ପାଇଁ ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ ଓ କଳାହାଣ୍ଡିକୁ ହିଟୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉପକୂଳ ଓଡ଼ିଶାରେ ସାମୁଦ୍ରିକ ବାୟୁ ପ୍ରବାହ ଯୋଗୁ ଗୁଳୁଗୁଳି ଅନୁଭୂତ ହେବ । ବଙ୍ଗୋପସାଗରରୁ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ୨ ଏପ୍ରିଲରୁ ପରବର୍ତ୍ତୀ ସମୟରେ ଧୀରେ ଧୀରେ ପ୍ରବେଶ କରିବ । ଏହା ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି ହାଲୁକା ବର୍ଷା ସମ୍ଭାବନା ରହିଛି ।

ଆସନ୍ତା ୩ ତାରିଖରେ ଆଭ୍ୟନ୍ତରୀଣ, ଉପକୂଳ ଓଡ଼ିଶାର ହାଲୁକା ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ହାଲୁକା ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨ ଦିନ ଯାଏ ବିଭିନ୍ନ ସ୍ଥାନରେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇପାରେ । ସେହିପରି ୩ରୁ ୪ ଦିନ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକ ତାପମାତ୍ରାଠାରୁ ୩ରୁ ୫ ଡିଗ୍ରୀ ସେଲସିୟସ ବୃଦ୍ଧିର ସମ୍ଭାବନା ଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.