Below header

ରାଜ୍ୟରେ ଆଉ ୫ ଦିନ ପର୍ଯ୍ୟନ୍ତ ତାତି ନାହିଁ, କାଳବୈଶାଖୀ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟରେ ଆଉ ୫ ଦିନ ପର୍ଯ୍ୟନ୍ତ ତାତି ନାହିଁ । ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ । ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଭୁବନେଶ୍ୱର : ରାଜ୍ୟରେ ଆଉ ୫ ଦିନ ପର୍ଯ୍ୟନ୍ତ ତାତି ନାହିଁ । ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ । ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଜି ଉପକୂଳ ଓଡ଼ିଶାର କିଛି ଜିଲ୍ଳା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କନାଳ, ଅନୁଗୁଳ, କନ୍ଧମାଳର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି ।

ଏସବୁ ଅଞ୍ଚଳକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ବର୍ଷା ସାଙ୍ଗକୁ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଆସନ୍ତାକାଲି ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, କନ୍ଧମାଳ, ରାୟଗଡ଼ା, କୋରାପୁଟ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରେ ୬ ତାରିଖରୁ ରାଜ୍ୟରେ ପାଗ ପରିବର୍ତ୍ତନ ହୋଇଛି । କାଳବୈଶାଖୀ ବର୍ଷାରେ ତାତିରେ ବ୍ରେକ ଲାଗିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.