ରାଜ୍ୟ

ପ୍ରବଳ ଖରାଠୁ ବଳିଗଲା ଗୁଳୁଗୁଳି, ୨୦ ତାରିଖ ଯାଏ ତାତିରୁ ମିଳିବନି ତ୍ରାହି

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ତାତିରୁ ନାହିଁ ନିସ୍ତାର। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ଜାରି ରହିଛି ଗ୍ରୀଷ୍ମପ୍ରବାହ। ୨୦ ତାରିଖ ଯାଏ ତାତିରୁ ମିଳିବନି ତ୍ରାହି। ପଶ୍ଚିମ ଓଡ଼ିଶାରେ ଉପରେ ତାତି, ତଳେ ତାତି। ଉପକୂଳରେ ବି ନିସ୍ତାର ନାହିଁ। ଖରା ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡୁଛି ଜନଜୀବନ। ଗତକାଲି ୧୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା। ୪ ସହରରେ ୪୪ ଡିଗ୍ରୀ ଉପରେ ଥିଲା ପାରଦ। ପ୍ରବଳ ଗରମ ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଦେଇଛି ୟେଲୋ ୱାର୍ଣ୍ଣିଂ ।

ଏପଟେ ରାଜ୍ୟ ଉପରେ ଉତ୍ତର ବିହାରରୁ ମଧ୍ୟ ଛତିଶଗଡ଼ ପର୍ଯ୍ୟନ୍ତ ଏକ ଟ୍ରପ ଲାଇନ ରହିଛି। ଏହାର ପ୍ରଭାବରେ ଉତ୍ତର ଓଡଶା ସମେତ ଦକ୍ଷିଣ ଓଡିଶାରେ ବିଜୁଳି ଘଡଘଡି ଜନିତ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ୧୮ ଏବଂ ୧୯ ତାରିଖ ପାଇଁ ଝଡ଼ ପବନ ନେଇ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାୟୁମଣ୍ଡଳରେ ଆଦ୍ରତା ଅଧିକ ରହିଥିବା କାରଣରୁ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି।

Barsha

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

2 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

10 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

26 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

59 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago