ଆହୁରି ଜଳିବ ଆଭ୍ୟନ୍ତରୀଣ ଓଡ଼ିଶା, ୩ରୁ ୫ ଡିଗ୍ରୀ ସେଲସିୟସ ଅଧିକ ରହିପାରେ

ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲିସିୟସ କିମ୍ବା ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୪ ଘଣ୍ଟା ପାଇଁ ଗ୍ରୀଷ୍ମ ପ୍ରବାହ ଲାଗି ସୁନ୍ଦରଗଡ଼, ଝାରୁସୁଗଡ଼ା, ସମ୍ବଲପୁର, ବଲାଙ୍ଗୀର ଓ ସୋନପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

କେନ୍ୟୁଜ୍(ବ୍ୟୁରୋ): ପୁଣି ଅସହ୍ୟ ତାତି । ଆହୁରି ଜଳିବ ଆଭ୍ୟନ୍ତରୀଣ ଓଡ଼ିଶା । ଆଉ ୨ ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ହି୍‌ଟୱେଭ ସମ୍ଭାବନା । ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ସେଲସିୟସ ଅଧିକ ରହିପାରେ । ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲିସିୟସ କିମ୍ବା ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୪ ଘଣ୍ଟା ପାଇଁ ଗ୍ରୀଷ୍ମ ପ୍ରବାହ ଲାଗି ସୁନ୍ଦରଗଡ଼, ଝାରୁସୁଗଡ଼ା, ସମ୍ବଲପୁର, ବଲାଙ୍ଗୀର ଓ ସୋନପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଆସନ୍ତାକାଲି ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପରୁ, ସୋନପୁର, ଅନୁଗୁଳ, ଦେବଗଡ଼, ବୌଦ୍ଧ ଓ ବଲାଙ୍ଗୀରକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ୧୭ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୮ ଏବଂ ୧୯ ତାରିଖ ପାଇଁ ଝଡ଼ ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୮ ତାରିଖ ପାଇଁ ୧୬ ଜିଲ୍ଲା ଏବଂ ୧୯ ତାରିଖ ପାଇଁ ୧୨ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପବନ ନେଇ ସତର୍କତା ଜାରି ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.