ଦୁଇ ଦିନ ପରେ ଦିନର ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲସିୟସ ବଢିବ: କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ କଲା ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ): ବଢୁଛି ତାତି । ଆଗକୁ ଆହୁରି ବଢ଼ିବ ତାପମାତ୍ରା । ଆଗାମୀ ୩ରୁ ୪ ଦିନ ଯାଏ ପଶ୍ଚିମ ତଥା ଉତ୍ତର ପଶ୍ଚିମ ଦିଗକୁ ରାଜ୍ୟ ମଧ୍ୟକୁ ଶୁଷ୍କ ବାୟୁ ପ୍ରବେଶ କରିବ । ଏହାର ପ୍ରଭାବରେ ଆଗାମୀ ଦୁଇ ଦିନ ପରେ ଦିନର ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ସମ୍ଭାବନା ରହିଛି । ୧୬ ଓ ୧୭ ତାରିଖରେ କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୬ ତାରିଖରେ ସୋନପୁର, ବୌଦ୍ଧ ଓ ବଲାଙ୍ଗୀରରେ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୧୭ ତାରିଖରେ ଅନୁଗୁଳ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଗତକାଲି ୩୬ ଡିଗ୍ରୀ ସେଲସିୟସ ଉପରେ ୧୦ ସହରର ତାପମାତ୍ରା ରହିଛି। ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।

Leave A Reply

Your email address will not be published.