ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୪ ବଖରା ଘର

ଭଦ୍ରକ: ଭଦ୍ରକ ଗ୍ରାମାଞ୍ଚଳ ଥାନା ବଉଳପୋଖରୀ ଗାଁରେ ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ଘର। ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ହୋଇ ନଷ୍ଟ ହୋଇଛି। ସମସ୍ତେ ଶୋଇଥିବା ବେଳେ ବିଳମ୍ବିତ ରାତିରେ ନିଆଁ ଲାଗିଥିଲା। ତେବେ ଏଥିରେ କେହି ମୃତାହତ ହୋଇନଥିବା ଜଣାପଡିଛି। ଗାଁ ଲୋକେ ନିଆଁ ଲିଭାଇବାରେ ସଫଳ ହୋଇଥିଲେ ମଧ୍ୟ ୪ ବଖରା ଛାରଖାର ହୋଇଯାଇଛି । ତେବେ ନିଆଁ ଲାଗିବାର ପ୍ରକୃତ ଜାରଣ ଏବେ ଯାଏଁ ଜଣା ପଡ଼ିନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.