ଯାଜପୁର କାଇମାଟିଆ ଗାଁରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୪ ବଖରା

ଯାଜପୁର(କେନ୍ୟୁଜ୍): ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ୪ ବଖରା। ଯାଜପୁର ଜିଲ୍ଲା ବୈରୀ ଥାନା ଅନ୍ତର୍ଗତ କାଇମାଟିଆ ଗାଁରେ ଅଗ୍ନିକାଣ୍ଡ। ଗାଁର ବାବନ ସାହୁଙ୍କ ଘରେ ଗତକାଲି ରାତିରେ ହଠାତ ନିଆଁ ଲାଗିଯାଇଥିଲା।

ଚଣ୍ଡୀଖୋଲ ଅଗ୍ନିଶମ ବାହିନୀର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସେତେବେଳକୁ ୪ ବଖରା ଘର ପୋଡି ସମ୍ପୂର୍ଣ୍ଣ ଧ୍ୱଂସ ହୋଇଯାଇଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.