ଆନନ୍ଦ ଉତ୍ସାହର ସହିତ ଶେଷ ହୋଇଛି ରାଜକନିକା ବ୍ଲକରେ ୬୦୦ବର୍ଷର କନିକା ରାଜ ମେଲଣ

ପାଞ୍ଚଦିନ ଧରି କାଳିକାପୁର, ଆୟତନ, ଦେଉଳି ଏବଂ ଗିରୀଆ ମେଲଣ ଉତ୍ସବ ପରେ କନିକାର ପ୍ରସିଦ୍ଧ ମେଲଣ ଉତ୍ସବର ଶେଷ ଦିନରେ କନିକା ରାଜପ୍ରସାଦ ଆଗରେ ରାଜମେଲଣ ଅନୁଷ୍ଠିତ ହୋଇଛି । ଏହି ରାଜ ମେଲଣ ଉତ୍ସବକୁ ଦେଖିବା ପାଇଁ ଲୋକେ ପ୍ରତିବର୍ଷ ଚାହିଁ ରହିଥାନ୍ତି ।

ରାଜକନିକା(କେନ୍ୟୁଜ):କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକରେ ୬୦୦ବର୍ଷର କନିକା ରାଜ ମେଲଣ ଆନନ୍ଦ ଉତ୍ସାହର ସହିତ ଶେଷ ହୋଇଛି । ପାଞ୍ଚଦିନ ଧରି କାଳିକାପୁର, ଆୟତନ, ଦେଉଳି ଏବଂ ଗିରୀଆ ମେଲଣ ଉତ୍ସବ ପରେ କନିକାର ପ୍ରସିଦ୍ଧ ମେଲଣ ଉତ୍ସବର ଶେଷ ଦିନରେ କନିକା ରାଜପ୍ରସାଦ ଆଗରେ ରାଜମେଲଣ ଅନୁଷ୍ଠିତ ହୋଇଛି । ଏହି ରାଜ ମେଲଣ ଉତ୍ସବକୁ ଦେଖିବା ପାଇଁ ଲୋକେ ପ୍ରତିବର୍ଷ ଚାହିଁ ରହିଥାନ୍ତି । ଭୁବନେଶ୍ୱର, କଟକ, କେନ୍ଦ୍ରାପଡ଼ା ଠାରୁ ଆରମ୍ଭ କରି ଆଳି, ପଟ୍ଟାମୁଣ୍ଡାଇ ରାଜନଗର ଏବଂ ଚାନ୍ଦବାଲି ଅଂଚଳରୁ ହାଜାର ହଜାର ଲୋକେ ଯୋଗଦେଇ ପ୍ରେମ ଓ ପ୍ରୀତିର ପର୍ବ ହୋଲି ଉତ୍ସବକୁ ପାଳନ କରିଛନ୍ତି ।

ଏହି ମେଲଣରେ ଲୋକେ କନିକା ରାଜା ଏବଂ ରାଣୀଙ୍କ ସହିତ ରଙ୍ଗ ଖେଳିବାର ମଜା ନେଇଥାନ୍ତି । ୫୦ରୁ ଅଧିକ ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତି ସୁସର୍ଜ୍ଜିତ ବିମାନରେ ଧାଡ଼ି ଧାଡ଼ି ହୋଇ ମେଲଣ ପଡ଼ିଆକୁ ଶୋଭାଯାତ୍ରାରେ ଆସି ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି । ପୁରାତନ ହୋଲି ଗୀତ ସାଙ୍ଗକୁ ଘଣ୍ଟ ହୁଳହୁଳି, ଝାଞ୍ଜ ମୃଦଙ୍ଗ ସହିତ ନାଚ ଗୀତରେ ଫାଟି ପଡ଼ିଥିଲା ମେଲଣ ପଡ଼ିଆ । ଭଜନ ଗାଇ ଗାଇ ରାଧାକୃଷ୍ଣଙ୍କ ଭକ୍ତି ନିବେଦନ କରଥିଲେ ଲୋକେ ।

ଏହି ଉତ୍ସବରେ କନିକା ରାଜା ଶିବେନ୍ଦ୍ର ନାରାୟଣ ଭଞ୍ଜଦେବ ଏବଂ ରାଣୀ ମୃଣାଳିନୀ ଦେବୀ ହଜାର ହଜାର ଲୋକମାନଙ୍କ ସହିତ ରଙ୍ଗ ଅବିରରେ ହୋଲି ଖେଳି ଶୁଭେଚ୍ଛା ଜଣାଇଛନ୍ତି । ରାଜାରାଣୀ ରାଧାକୃଷ୍ଣଙ୍କୁ ଦର୍ଶନ କରି ପୂଜାଅର୍ଚ୍ଚନା କରିଛନ୍ତି । ବିଭିନ୍ନ ଜାତି ଧର୍ମ ଓ ଦଳମତ ନିର୍ବିଶେଷରେ ଭେଦଭାବ ଭୁଲି ମେଲଣ ପଡ଼ିଆରେ ଏକାଠି ହୋଇ ଭାତୃଭାବ ସହିତ ପରସ୍ପର ରଙ୍ଗ ଅବିରରେ ହୋଲି ଖେଳି ଉତ୍ସବ ପାଳନ କରିଛନ୍ତି ।

 ,

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.