ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର । ଜଳେଶ୍ବର ରୂପ୍ସା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ମିରିଗିମୁଣ୍ଡି ଛକ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଟ୍ରକ ସହ ଧକ୍କା ହେବା ପରେ ଆମ୍ବୁଲାନସ ସିଲିଣ୍ଡର ଫାଟି ଯାଇଥିଲା । ଏହାପରେ ଆମ୍ବୁଲାନସରେ ନିଆଁ ଲାଗିଯାଇଥିଲା । ଆମ୍ବୁଲାନସଟି ରୋଗୀ ନେଇ ବସ୍ତାରୁ ବାଲେଶ୍ବର ଯାଉଥିଲା ।

ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଅନ୍ଯ ଏକ ଆମ୍ବୁଲାନ୍ସରେ ବାଲେଶ୍ବର ମୁଖ୍ଯ ଚିକିତ୍ସାଳୟକୁ ନେଇଥିଲା ।  ମାତ୍ର ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସମସ୍ତଙ୍କୁ କଟକ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି ।  ପୋଲିସ ଘଟଣାର ତଦନ୍ତ କରୁଛି ।

 

You might also like