ଆଜିଠାରୁ ସାମାନ୍ୟ କମିବ ବର୍ଷାର ପରିମାଣ, ୧୩ରୁ ପୁଣି ବର୍ଷିବ

ଭୁବନେଶ୍ଵର : ଆଜିଠାରୁ ସାମାନ୍ୟ କମିବ ବର୍ଷାର ପରିମାଣ । ୧୩ରୁ ପୁଣି ବଢ଼ିବ ବର୍ଷା । ୩ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କାଁ ଭାଁ କେତେକ ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଆଜି ୨ଟି ଜିଲ୍ଲା ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହା ପରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି । ୧୩ ତାରିଖରେ ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୧୪.୮ ମିମି ବର୍ଷା ରେକର୍ଡ ହୋଇଛି ।  ଏବେବି ୬ ପ୍ରତିଶତ ନିଅଁଟିଆ ବର୍ଷା ରହିଛି । ୬୫୬.୮ ମିମି ବର୍ଷା ସ୍ୱାଭାବିକ ରହିବା କଥା । ଗୋଟିଏ ଜିଲ୍ଲା ମାଲକାନଗିରି ରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୪ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.