ରାଜ୍ୟରେ ଅଗ୍ରସର ହୋଇଛି ମୌସୁମୀ ବାୟୁ: ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଆଜିଠୁ ବଢ଼ିବ ବର୍ଷାର ପରିମାଣ

ଓଡ଼ିଶାକୁ ଅଗ୍ରସର ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦିନେ ଦୁଇ ଦିନରେ କିଛି ଅଞ୍ଚଳକୁ ଛୁଇଁବ ।ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ । ଆଜି କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଅଗ୍ନିବର୍ଷାରେ ବ୍ରେକ୍‌ ଲାଗିଛି । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଥଣ୍ଡା ପଡ଼ିଛି ପାଗ । ଓଡ଼ିଶାକୁ ଅଗ୍ରସର ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦିନେ ଦୁଇ ଦିନରେ କିଛି ଅଞ୍ଚଳକୁ ଛୁଇଁବ । ଗତକାଲି ଦକ୍ଷିଣ ଓଡ଼ିଶାର ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ହୋଇଛି ।

ଆଜିଠୁ ବଢ଼ିବ ବର୍ଷା ବିସ୍ତୃତି । ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ । ଆଜି କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୭ରୁ ୧୧ ସେମି ଯାଏ ବର୍ଷିପାରେ । ଆସନ୍ତାକାଲି ଉତ୍ତର ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୩ ଓ ୨୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ । କିଛି ଜିଲ୍ଲାରେ ୭ରୁ ୧୧ ସେମି ଓ କିଛି ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.