ବାତ୍ୟା ପ୍ରଭାବରେ ଆଜି ଠାରୁ ବଢିବ ବର୍ଷାର ପରିମାଣ, ୭ ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର : ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସହ ପବନ ଆରମ୍ଭ ହେଲାଣି । ଆଜି ଠାରୁ ବଢିବ ବର୍ଷାର ପରିମାଣ । ଆଜି ଉପକୂଳବର୍ତ୍ତୀ ଜିଲ୍ଲାରେ ଭୀଷଣ ବର୍ଷିବ । ଆଜି ପାଇଁ ୭ ଜିଲ୍ଲାକୁ ଜାରି ହୋଇଛି ରେଡ୍ ଆଲର୍ଟ । ମୟୂରଭଞ୍ଜ, କଟକ, ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିଭଳି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇ ଛି। ଏହି ଜିଲ୍ଲା ଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ ଓ କେନ୍ଦୁଝର। ଆସନ୍ତାକାଲି ପାଇଁ ଅତି ଭୀଷଣ ବର୍ଷା ପାଇଁ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି।

ସେହିପରି ଆସନ୍ତାକାଲି ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନଗୁଳ, କଟକ ଓ ଜଗତସିଂହପୁର ଜିଲ୍ଲାକୁ ଆସନ୍ତାକାଲି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକରେ ସ୍ଥାନାସ୍ଥାନେ ୭ ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।